Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପାଇଁ ବାରିପଦାରେ ବସ୍‌ ଚଳାଚଳ ବନ୍ଦ

ବାରିପଦା ଘରୋଇ ବସ ଚଳାଚଳକୁ ନେଇ ଚଳାଚଳ ବନ୍ଦ ରହିଛି। ବସଷ୍ଟାଣ୍ଡରୁ ଏକ ଘରୋଇ ବସ ଚଳାଚଳ ସମୟକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି।ଗୋଷ୍ଠୀ ପକ୍ଷରୁ ସଂଘବଦ୍ଧ ଭାବେ ମାରଣାସ୍ତ୍ର ଧରି ଅନ୍ୟ ଏକ ଗୋଷ୍ଠୀକୁ ଆକ୍ରମଣରେ ୬ରୁ ଉର୍ଦ୍ଧ୍ବ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ପିଆରଏମ ହସ୍ପିଟାଲରେ ସମସ୍ତଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ୨ଜଣଙ୍କ ଅବସ୍ଥାରେ ସଙ୍କଟାପନ୍ନ ରହିଛି।

୨ ଗୋଷ୍ଠୀ ମାରପିଟ ଘଟଣାରେ ୧୦ ଜଣଙ୍କୁ ଅଟକ ରଖିବା ସହ ବାରିପଦା ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରୁଛି। ଏହି ଘଟଣାକୁ ନେଇ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବସ୍ ଗଡ଼ୁନଥିବାର ସୂଚନା ରହିଛି। ଅନିର୍ଦ୍ଦିଷ୍ଟ କାଳ ପାଇଁ ବସ ଚଳାଚକ ବନ୍ଦ ହୋଇଥିବା କାରଣରୁ ହନ୍ତସନ୍ତ ଯାତ୍ରୀ । ତୁରନ୍ତ ଘଟଣାର ସମାଧାନ କରି ବସ ଚଳାଚଳ ସ୍ବାଭାବିକ କରିବା ପାଇଁ ଦାବି ହୋଇଛି।ସୂଚନା ଅନୁଯାୟୀ, ରାଇରଙ୍ଗପୁରରୁ ବ୍ରହ୍ମପୁର ଯାଉଥିବା ମା’ ଦୁର୍ଗା ନାମକ ଘରୋଇ ବସ ଚଳାଚଳ ସମୟକୁ ନେଇ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା।ଉକ୍ତ ବସଟି ରାଇରଙ୍ଗପୁରରୁ ଆସୁଥିବା ବେଳେ ସଠିକ ସମୟ ଅନୁସାରେ ବାରିପଦା ବସଷ୍ଟାଣ୍ଡରୁ ଚଳାଚଳ କରୁନଥିଲା। ଯାହାକୁ ନେଇ ଶୁକ୍ରବାର ସନ୍ଧ୍ୟାରେ ବସଟି ଆସି ବାରିପଦା ଘରୋଇ ବସଷ୍ଟାଣ୍ଡରେ ପହଁଚିବା ପରେ ବସ ମାଲିକ ସଂଘ ଓ ବସ ମାଲିକଙ୍କ ଚଳାଚଳ ସମୟକୁ ନେଇ ଯୁକ୍ତିତର୍କ ହୋଇଥିଲା। ଯାହାକୁ ନେଇ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top