Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ନବନିଯୁକ୍ତ କୁଳପତିମାନଙ୍କ ବୈଠକ: ଫୋକସରେ ଗବେଷଣା ଓ ସଂସ୍କାରମୂଳକ କାର୍ଯ୍ୟ

ଭୁବନେଶ୍ୱର(ଓଡ଼ିଶା ୱେୟାର):ଚଳିତମାସରେ ଦାୟିତ୍ୱ ଗ୍ରହଣ କରିଥିବା ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିମାନଙ୍କ ସହ ଆଜି ରାଜ୍ୟ ସରକାର ବୈଠକ କରିଛନ୍ତି । ବୈଠକରେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଂସ୍କାରମୂଳକ କାର୍ଯ୍ୟକୁ ଆଗେଇ ନେବା ସହ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଗବେଷଣା କାର୍ଯ୍ୟକୁ ପ୍ରାଥମିକତା ଦେବାକୁ ସରକାର ପରାମର୍ଶ ଦେଇଛନ୍ତି ।
୬ଟି ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିମାନଙ୍କ ସହ ବୈଠକ କରି ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ଯେ, ବିଶ୍ୱବିଦ୍ୟାଳୟଗୁଡ଼ିକୁ ଉତ୍କର୍ଷ ଶିକ୍ଷା କେନ୍ଦ୍ରରେ ପରିଣତ କରିବାକୁ ହେବ । ବିଶ୍ୱବିଦ୍ୟାଳୟ ଓ ଏହାର ଅନୁବନ୍ଧିତ କଲେଜଗୁଡ଼ିକ ଯେପରି ନାକ୍ ମାନ୍ୟତା ପାଇପାରିବେ ସେ ଦିଗରେ ବିଶ୍ୱବିଦ୍ୟାଳୟଗୁଡ଼ିକ ଗୁରୁଦାୟିତ୍ୱ ତୁଲାଇବା ଆବଶ୍ୟକ । ରାଜ୍ୟରେ ଉଚ୍ଚଶିକ୍ଷାର ମାନବୃଦ୍ଧି ନିମନ୍ତେ ବିଭାଗଗୁଡ଼ିକ ଦ୍ୱାରା ନିଆଯାଇଥିବା ବିଭିନ୍ନ ସଂସ୍କାରମୂଳକ ପଦକ୍ଷେପର ସଫଳ ରୂପାୟନ ଦିଗରେ ପ୍ରତ୍ୟେକସ୍ତରରେ ଆନ୍ତରିକ ଉଦ୍ୟମ ହେବା ଆବଶ୍ୟକ । ମୋ କଲେଜ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହ ପୁରାତନ ଛାତ୍ରଛାତ୍ରୀଙ୍କୁ ଶିକ୍ଷାନୁଷ୍ଠାନର ଉନ୍ନତିରେ ସାମିଲ କରିବା ଦିଗରେ ସେ ଗୁରୁତ୍ୱ ଦେଇଛନ୍ତି ।
କଲେଜରେ ଠିକ୍ ସମୟରେ ନାମଲେଖା, ପାଠ୍ୟକ୍ରମ ଶେଷ ଓ ନିର୍ଦ୍ଧାରିତ ସମୟରେ ପରୀକ୍ଷା ପରିଚାଳନା କରି ଫଳ ପ୍ରକାଶନ ଆଦି ଉପରେ କୁଳପତିମାନେ ଉଚିତ୍ ପଦକ୍ଷେପ ନେବାକୁ ମଧ୍ୟ ଶ୍ରୀ ସାହୁ କହିଛନ୍ତି । ଏକକ ପିଜି ପ୍ରବେଶିକ୍ଷା ପରୀକ୍ଷା, ପ୍ରୋକ୍ଟୋରିଆଲ ପ୍ରଥା, ମଡେଲ ସିଲାବସ୍ ଆଦି ଫଳପ୍ରଦ ହୋଇପାରିଛି । ଏକ ଉତ୍ତମ ଶୈକ୍ଷିକ ପରିବେଶ ଓ ଶୃଙ୍ଖଳା ମଧ୍ୟରେ ଛାତ୍ରଛାତ୍ରୀମାନଙ୍କ ଆଶା-ଆକାଂକ୍ଷା ପୂରଣ ଦିଗରେ କୁଳପତିମାନେ ଦୃଢ଼ ନେତୃତ୍ୱ ପ୍ରଦାନ କରିବାକୁ ସେ ଆହ୍ୱାନ ଦେଇଛନ୍ତି । କୁଳପତିମାନେ ମଧ୍ୟ ଆଲୋଚନାରେ ଭାଗ ନେଇ ନିଜର ସୁଚିନ୍ତିତ ମତାମତ ଦେଇଥିଲେ ।
ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ, ଏଫଏମ୍ ବିଶ୍ୱବିଦ୍ୟାଳୟ,ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ, ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତିମାନେ ଓ ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ସାମିଲ ହୋଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top