Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ

ଉତ୍ତରପ୍ରଦେଶର ବାରାଣସୀ ଆସନ ପାଇଁ ବିଧିବଦ୍ଧ ଭାବେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ପ୍ରଧାନମନ୍ତ୍ରୀ। ଲୋକସଭା ନିର୍ବାଚନ ପାଇଁ ଆଜି ବାରଣାସୀରୁ ତୃତୀୟ ଥର ପାଇଁ ମୋଦି ନିଜ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ୧୧ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ଜୁନ୍ ୧ ତାରିଖରେ ଶେଷ ପର୍ଯ୍ୟାୟରେ ବାରାଣସୀରେ ଭୋଟ୍ ପଡିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ ପରଠାରୁ କ୍ରମାଗତ ତୃତୀୟ ଥର ପାଇଁ ବାରଣାସୀରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ପୂର୍ବରୁ ସେ ୨୦୧୪ ଓ ୨୦୧୯ରେ ବାରଣାସୀରୁ ନିର୍ବାଚନ ଜିତିଥିଲେ। ଏଥିର ଇଣ୍ଡିଆ ମେଣ୍ଟ ପ୍ରଧାନମନ୍ତ୍ରୀଙ୍କ ବିପକ୍ଷରେ ଅଜୟ ରାୟଙ୍କୁ ପ୍ରାର୍ଥୀ କରିଛି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମାଙ୍କନ ପାଇଁ ୪ ଜଣ ପ୍ରସ୍ତାବକ ପଣ୍ଡିତ ଗଣେଶ୍ୱର ଶାସ୍ତ୍ରୀ, ବୈଜନାଥ ପଟେଲ, ଲାଲଚାନ୍ଦ କୁଶୱା ଏବଂ ସଞ୍ଜୟ ସୋନକର ମଧ୍ୟ ଉପସ୍ଥିତ ଥିଲେ। ଏହା ବ୍ୟତୀତ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହ ମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହଙ୍କ ସମେତ ଦଳର ସମସ୍ତ ବରିଷ୍ଠ ନେତା ଉପସ୍ଥିତ ଥିଲେ।

ନାମାଙ୍କନ ଦାଖଲ ପୂର୍ବରୁ ଗଙ୍ଗାରେ ପୂଜାର୍ଚ୍ଚନା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାରାଣସୀର ଦଶାଶ୍ୱମେଧ ଘାଟରେ ପୂଜାର୍ଚ୍ଚନା କରିଥିଲେ। ପରେ କାଳଭୈରବ ମନ୍ଦିରରେ ପୂଜାର୍ଚ୍ଚନା ସହ ଆଳତି କରିଥିଲେ। ସେଠାରୁ ବାହାରି ସିଧା ବାରାଣସୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ମୋଦି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top