Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ନିରଞ୍ଜନଙ୍କୁ ଆକ୍ରମଣ: ପଂଚାୟତ ଓ ବ୍ଲକସ୍ତରରେ ଆନ୍ଦୋଳନ କରିବ କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ୱେୟାର): ପିସିସିି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଗଲେ କଂଗ୍ରେସ ରାଜ୍ୟର ସମସ୍ତ ପଂଚାୟତ,ବ୍ଲକ ଓ ଜିଲ୍ଲାସ୍ତରରେ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି । ରାଜ୍ୟରେ ଦୀର୍ଘ ୨୦ବର୍ଷ ଧରି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ବିଜେଡି ସରକାରକୁ ଦାୟୀ କରିବା ସହ ଦୋଷୀଙ୍କୁ ଏନଏସଏସ୍ ବଳରେ ଗିରଫ ନିମନ୍ତେ କଂଗ୍ରେସ ଦାବି କରିଛି ।
ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ
ପିସିସି ସଭାପତି ଜୟଦେବ ଜେନା, ବରିଷ୍ଠ ନେତା ତାରାପ୍ରସାଦ ବାହିନୀପତି ଓ ମାନସ ଚୌଧୁରୀ କହିଛନ୍ତି ଯେ, ପିସିସି ସଭାପତିଙ୍କ ଉପରେ ଆକ୍ରମଣ ଏକ ରାଜନୀତିକ ଉଦ୍ଦେଶ୍ୟପ୍ରଣୋଦିତ ଘଟଣା । ଏହାକୁ କଡ଼ାଭାଷାରେ କଂଗ୍ରେସ ନିନ୍ଦା କରୁଛି । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲା ମହକୁମାରେ ଏସପି ଅଫିସ ଆଗରେ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରାଯାଇଛି । ଘଟଣାରେ ସାମିଲ ଥିବା ବିଜେପି ଦଳର କର୍ମକର୍ତ୍ତାମାନଙ୍କୁ ତୁରନ୍ତ ଏନଏସଏସରେ ଗିରଫ କରି ସେମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦରକାର । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପରେ ଆକ୍ରମଣରୁ ସ୍ପଷ୍ଟ ଯେ, ରାଜ୍ୟରେ ଆଇନଶୃଙ୍ଖଳା କେତେ ପରିମାଣର ବିପର୍ଯ୍ୟସ୍ତ ହୋଇପଡ଼ିଛି । ସରକାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ । ଦଳର କର୍ମୀ ଓ ନେତାମାନଙ୍କ ମନୋବଳ ବୃଦ୍ଧି ଓ ଏ ସରକାରର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ କଂଗ୍ରେସ ଆଗାମୀ ଦିନରେ ପଂଚାୟତରୁ ବ୍ଲକ, ଜିଲ୍ଲାରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ଆନ୍ଦୋଳନ କରିବ ବୋଲି ଶ୍ରୀ ଜେନା କହିଛନ୍ତି । ଏହାସହିତ ଆଜି ପୁଲିସ ଡିଜିଙ୍କୁ ଭେଟି ଏକ ଦାବିପତ୍ର ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ବୋଲି ଶ୍ରୀ ଚୌଧୁରୀ ସୂଚନା ଦେଇଛନ୍ତି ।
ସେହିପରି ଶ୍ରୀ ବାହିନୀପତି କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିବା ପାଇଁ ୩୦୭ ଦଫା ଲାଗିଥିଲା । ଏବେ ପିସିସି ସଭାପତିଙ୍କ ଗାଡ଼ିକୁ ଭଙ୍ଗାରୁଜା କରିବା ସହ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲେ ବି ପୁଲିସ୍ କାହିଁକି ଚୁପ୍ ବସିଛି ।
ଅନ୍ୟପକ୍ଷରେ ଏହି ଆକ୍ରମଣ ଘଟଣାରେ ସାମିଲ ଦୁର୍ବୃତ୍ତମାନଙ୍କ ଗିରଫ ଦାବିରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆଜି ଡିସିପ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ଶୋଭା ଅନୁଷ୍ଠିତ ହୋଇଥିଲା । ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନେ ଏହି ଆକ୍ରମଣକୁ ଘୋର ନିନ୍ଦା କରିବା ସହିତ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ ଦାବି କରିଥିଲେ । ପରେ ପୋଲିସ ଡିଜିପିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଡିସିପିଙ୍କୁ ପ୍ରଦାନ କରାଯାଇଥିଲା । ଏହି ପ୍ରତିବାଦ ସଭାରେ ବରିଷ୍ଠ ବିଧାୟକ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ମନୋରଞ୍ଜନ ଦାଶ, ରଶ୍ମି ମହାପାତ୍ର, ଚିନ୍ମୟ ସୁନ୍ଦର ଦାସ, ଅଶୋକ ଦାସ, ଜାନକୀ ପଟ୍ଟନାୟକ, ୟାସିର ନୱାଜ, ରାଜକିଶୋର ବାରିକ, ଶ୍ରୀୟା ମହାନ୍ତି, ଜୟକୃଷ୍ଣ ସୁବୁଦ୍ଧି, ମିହିର ଆଚାର୍ଯ୍ୟ, ଆଶିଷ ମଲ୍ଲିକ ପ୍ରମୁଖ ସାମିଲ ହୋଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top