Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ନିଲାମ ହେଲା ଅର୍ପଣ ଚାଉଳ; କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ବିକ୍ରି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ଶେଷରେ ଆଜି ନିଲାମ କରାଯାଇଛି । କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ମୋଟ ବଳକା ଥିବା ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳକୁ ଆଜି ନିଲାମ କରାଯାଇଥିବା ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ସେ କହିଛନ୍ତି ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ ବେଳେ ରାଜ୍ୟର କୋଣ ଅନୁକୋଣରୁ ଅର୍ପଣ ଚାଉଳ ଆସିଥିଲା।

ପ୍ରାୟ ୧୪ ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ ସଂଗ୍ରହ କରାଯାଇଥିଲା। ଏତେ ପରିମାଣର ଚାଉଳକୁ କ’ଣ କରାଯିବ ସେ ନେଇ ପ୍ରଶାସନ ଚିନ୍ତାରେ ପଡିଥିଲା। ପରେ ସେଥିରୁ ମହାପ୍ରସାଦ ପ୍ରସ୍ତୁତ ଲାଗି ଯାହା ଯୋଗ୍ୟ ଥିଲା ତାର ବ୍ୟବହାର କରାଯାଇଥିଲା। ପରେ ବଳକା ଚାଉଳ ମହାପ୍ରସାଦ ପାଇଁ ଅନୁପଯୁକ୍ତ ବୋଲି ସ୍ପଷ୍ଟ କରିଥିଲା ସୁଆର ମହାସୁଆର ନିଯୋଗ। ତେଣୁ ଅର୍ପଣ କରାଯାଇଥିବା ଚାଉଳ ବ୍ୟବହାର କରାଯିବ ପରେ ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ରହିଯାଇଥିଲା ତେଣୁ ଏହା ନଷ୍ଟ ହେବାକୁ ଲାଗିଥିବାରୁ ଆଜି ଏହାକୁ ନିଲାମ କରାଯାଇଛି । ଏଥିରୁ ମୋଟ ୨ କୋଟି ୮୬ ଲକ୍ଷ ଟଙ୍କା ମିଳିଲା ବୋଲି କହିଛନ୍ତି ଜିଲ୍ଲାପାଳ।ସୂଚନଯୋଗ୍ୟ; ପୂର୍ବ ସରକାର ଥିବା ବେଳେ ଶ୍ରୀମନ୍ଦିର ପରିକ୍ରମା ପାଇଁ ସାରା ଓଡିଶାରୁ ଅର୍ପଣ ଚାଉଳ ମଗାଯାଇଥିଲା।

ଏଥିରେ ଜଗନ୍ନାଥ ଭକ୍ତମାନେ ବହୁ ପରିମାଣର ଚାଉଳ ପ୍ରଦାନ କରିଥିଲେ। ତେବେ ସେହି ସଂଗୃହିତ ଚାଉଳରୁ ଭୋଗ ପାଇଁ ଯାହା ବ୍ୟବହାର ଯୋଗ୍ୟ ତାହା ଲାଗି କରାଯାଇଥିଲା। ହେଲେ ଅନ୍ୟ ଚାଉଳ ସବୁ ବଳକା ରହିଥିଲା। ଏହି ଚାଉଳ ରହି ରହି ଖରାପ ହେବାକୁ ଲାଗିଥିବା ବେଳେ ଏହି ଖରାପ ଚାଉଳ ସବୁକୁ ନିଲାମ କରି ବିକ୍ରି କରିବା ପାଇଁ ସରକାରଙ୍କୁ ଚିଠି କରାଯାଇଥିଲା। ସରକାରଙ୍କ ତରଫରୁ ଅନୁମତି ମିଳିବା ପରେ ଏହି ଅକ୍ଟୋବର ୧ ତାରିଖରେ ନିଲାମ ହେବ ବୋଲି ସୂଚନା ଦିଆଯାଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top