Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ପଦ୍ମ ଧରିଲେ ରଘୁ ମହାନ୍ତି

ଭୁବନେଶ୍ୱର(ଓଡ଼ିଶା ୱେୟାର) : ଶେଷରେ ପଦ୍ମ ଧରିଲେ ବିଜେଡିର ଆଉ ଜଣେ ସଦସ୍ୟ ଓ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି । ସେ ବିଜେଡିର କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ଇସ୍ତଫା ଦେଇଥିଲେ। ଆଜି ସେ ବିଜେପି କାର୍ଯ୍ୟଳୟକୁ ଯାଇ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଦଳର ଜାତୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସେ ଓ ତାଙ୍କ ସର୍ମଥକ ମାନେ ଯୋଗ ଦେଇଛନ୍ତି । ଆସନ୍ତା ନିର୍ବାଚନରେ ଶ୍ରୀମହାନ୍ତିଙ୍କୁ ଦଳ ବସ୍ତା ବିଧାନସଭା ଆସନରୁ ପ୍ରାର୍ଥୀ କରିବ ବୋଲି ଜଣାପଡିଛି ।
୨୦୧୪ରେ ପାରିବାରିକ ବିବାଦରେ ଫଶିଥିବାରୁ ଶ୍ରୀମହାନ୍ତିଙ୍କୁ ଦଳୀୟ ଟିକେଟରୁ ବଞ୍ଚିତ କରାଯାଇଥିଲା । ହେଲେ ସେ ଜଣେ ଶୃଙ୍ଖଳିତ ଓ ନିଷ୍ଠାପର କର୍ମୀଭାବେ ଦଳରେ ରହିଥିଲେ । ଇତିମଧ୍ୟରେ ତାଙ୍କର ପାରିବାରିକ ବିବାଦ ତୁଟି ଯାଇଥିବାରୁ ସେ ତାଙ୍କ ପୁରୁଣା ବିଧାନସଭା ଆସନରୁ ପ୍ରାର୍ଥୀ ହେବେ ବୋଲି ଆଶା ରଖିଥିଲେ । କିନ୍ତୁ ତାଙ୍କୁ ଦଳ ପ୍ରାର୍ଥୀ କରିବ ନାହିଁ ବୋଲି ଜଣିଲା ପରେ ଅସନ୍ତୋଷ ପ୍ରକାଶ କରି ସେ ଇସ୍ତଫା ଦେଇଥିଲେ । ସେତେବେଳେ ଜମା ପଡିଥିଲା ସେ ବିଜେପିରେ ସାମିଲ ହେବେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top