Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ପାଟକୁରା ନିର୍ବାଚନ ଘୁଞ୍ଚାଇବା ପାଇଁ ଇସିଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ୱେୟାର): ସାମୁଦ୍ରିକ ଝଡ଼ ‘ଫନି’ ଆସନ୍ତା ୩ତାରିଖରେ ଓଡ଼ିଶା ଉପକୂଳରେ ମାଡ଼ ହେବାର ଆଶଙ୍କା ଓ ପୂର୍ବାନୁମାନ ମଧ୍ୟରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିର୍ବାଚନ ଚିନ୍ତା ଘାରିଛି। ଅଚାନକ ଦିଲ୍ଲୀ ଗସ୍ତ କରି ନବୀନ ଆଜି ଅପରାହ୍ନ ୫ଟାରେ ଭାରତର ନିର୍ବାଚନ କମିଶନଙ୍କୁ ଭେଟିଛନ୍ତି।
ଦିଲ୍ଲୀ ଗସ୍ତ ସମ୍ପର୍କରେ ସୂଚନା ଦେଇ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଅତି ଭୟଙ୍କର ବାତ୍ୟାର ରୂପ ନେଇସାରିଥିବା ‘ଫୋନି’ ର ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି ନିମନ୍ତେ ତୁରନ୍ତ ଓଡ଼ିଶାର ଉପକୂଳ ଜିଲ୍ଲାଗୁଡ଼ିକରୁ ନିର୍ବାଚନ ଆଚରଣ ବିଧି ସମ୍ପୂର୍ଣ୍ଣ ଉଚ୍ଛେଦ କରିବାକୁ ବିଜେଡି ଦାବି କରିଛି। ଏହାସହିତ ମଇ ୧୯ତାରିଖରେ ହେବାକୁ ଥିବା ପାଟକୁରା ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖିବାକୁ ବିଜେଡି ଆଜି ନିର୍ବାଚନ କମିଶନଙ୍କୁ ଲିଖିତ ଭାବେ ଅନୁରୋଧ କରିଛି। ସାମୁଦ୍ରିକ ଝଡ଼ ‘ଫନି’ ଯୋଗୁ ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି ହେବାର ଆଶଙ୍କା ରହିଥିବାରୁ ପାଟକୁରା ନିର୍ବାଚନ ତାରିଖକୁ ଘୁଞ୍ଚାଇବା ପାଇଁ ସେ ନିର୍ବାଚନ କମିଶନଙ୍କୁ ଅନୁରୋଧ କରିବେ। ବିଜେଡି ସୂତ୍ର ଅନୁସାରେ, ନିର୍ବାଚନ କମିଶନଙ୍କ ପାଖରେ ବିଜେଡି ପକ୍ଷରୁ ନିର୍ବାଚନ ସଂକ୍ରାନ୍ତ ଯେଉଁସବୁ ଅଭିଯୋଗ କରାଯାଇଛି ତା’ ଉପରେ ତ୍ୱରିତ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଓ ‘କାଳିଆ’ ଯୋଜନାର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିବା ପାଇଁ ଅନୁମତି ନିମନ୍ତେ ଶ୍ରୀ ପଟ୍ଟନାୟକ ଅନୁରୋଧ କରିବାର ସମ୍ଭାବନା ରହିଛି। ଏପଟେ ପାଟକୁରା ବିଧାନସଭା ଆସନ ପାଇଁ ଦଳୀୟ ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ମୃତ୍ୟୁ ଯୋଗୁ ତାଙ୍କ ପତ୍ନୀ ସାବିତ୍ରୀଙ୍କୁ ବିଜେଡି ପାଟକୁରାରେ ପ୍ରାର୍ଥୀ କରାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top