Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ପାଟକୁରା ବିଧାୟକ ବେଦପ୍ରକାଶ ଅଗ୍ରଓ୍ୱାଲଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ୱେୟାର): ବରିଷ୍ଠ ବିଜେଡି ନେତା ତଥା କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ବିଧାୟକ ବେଦପ୍ରକାଶ ଅଗ୍ରଓ୍ୱାଲ ଆଉ ନାହାନ୍ତି। ଆଜି ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା।

ବେଦପ୍ରକାଶ ଦୀର୍ଘ ଦିନରୁ ଅସୁସ୍ଥ ଥିଲେ। ଅବସ୍ଥା ଗୁରୁତର ହେବାରୁ କିଛି ଦିନ ତଳେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।

ଚଳିତ ନିର୍ବାଚନରେ ସେ ପାଟକୁରାରୁ ପୁଣି ବିଜେଡି ଟିକେଟ୍‌ରେ ପ୍ରାର୍ଥୀ ହୋଇଥିଲେ। ସେ ଏହି ନିର୍ବାଚନ ମଣ୍ଡଳୀରୁ ଗତ ୨୦୧୪ ଓ ୨୦୦୯ରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।ଜଣେ ପୁରୁଖା ନେତା ଭାବେ ରାଜ୍ୟ ରାଜନୀତିରେ ସକ୍ରିୟ ଥିବା ବେଦପ୍ରକାଶ କେବଳ ପାଟକୁରା ନୁହେଁ, କେନ୍ଦ୍ରାପଡାରୁ ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜୁ ପଟ୍ଟନାୟକଙ୍କ ସରକାରରେ ସେ ଅର୍ଥମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।

୧୯୩୭ ମସିହା ଜାନୁଆରୀ ୧୬ ତାରିଖରେ ଜନ୍ମ ହୋଇଥିବା ବେଦପ୍ରକାଶ ୨୦ ବର୍ଷ ବୟସରେ ରାଜନୀତିରେ ଯୋଗ ଦେଇଥିଲେ। ସେ ରେଭେନ୍ସା କଲେଜ୍‌ରୁ ଅର୍ଥନୀତିରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ସେ କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିର କାଉନ୍‌ସିଲର ଭାବେ ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ। ୩୩ ବର୍ଷ ବୟସରେ ସେ କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିର ଅଧ୍ୟକ୍ଷ ହୋଇଥିଲେ।

ବେଦପ୍ରକାଶ ପ୍ରଥମେ ୧୯୭୪ ମସିହାରେ ଉତ୍କଳ କଂଗ୍ରେସ ଟିକେଟ୍‌ରେ ପ୍ରଥମ ଥର ପାଇଁ କେନ୍ଦ୍ରାପଡ଼ା ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୭୭ରେ ଜନତା ପାର୍ଟି ଟିକେଟ୍‌ରେ ସେ ପୁଣି ଥରେ ଏହି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୦ରେ ସେ ଜନତା ଦଳରୁ ଏହି ଆସନରେ ବିଜୟୀ ହୋଇଥିଲେ। ୨୦୦୦ ମସିହାରେ ସେ ବିଜେପି ଟିକେଟ୍‌ରେ କେନ୍ଦ୍ରାପଡ଼ାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜେଡି-ବିଜେପି ମେଣ୍ଟ ସରକାର ଥିବା ବେଳେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟ ଥିଲେ। ୨୦୦୦ରୁ ୨୦୦୪ ଯାଏ ସେ ଯୋଗାଣ ମନ୍ତ୍ରୀ ଥିଲେ। ଅର୍ଥ ଓ ଯୋଗାଣ ବିଭାଗ ବ୍ୟତୀତ ସେ ବିଭିନ୍ନ ସମୟରେ ବାଣିଜ୍ୟ, ପର୍ଯ୍ୟଟନ ଓ ଗ୍ରାମ ଉନ୍ନୟନ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।

ବେଦପ୍ରକାଶଙ୍କ ମୃତ୍ୟୁରେ ପାଟକୁରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବିଭିନ୍ନ ଦଳର ନେତାମାନେ ଏନେଇ ଦୁଃଖ ପ୍ରକାଶ କରିଛନ୍ତି।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି,“ସେ ବିଜୁ ବାବୁଙ୍କ ଘନିଷ୍ଠ ଥିଲେ ଏବଂ ଦୀର୍ଘ ଦିନ ଧରି ଲୋକଙ୍କ ସେବା କରିଛନ୍ତି। ତାଙ୍କ ପରି ଜଣେ ମାର୍ଗଦର୍ଶକଙ୍କୁ ହରାଇବା ବ୍ୟକ୍ତିଗତ ଭାବେ ମୋ ପାଇଁ ଓ ଦଳ ପାଇଁ ଏକ ଅପୂରଣୀୟ କ୍ଷତି।”

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top