ଭୁବନେଶ୍ୱର, (ଓଡ଼ିଶା ୱେୟାର): ବିରୋଧୀ ଦଳ ନେତା ତଥା ବରିଷ୍ଠ ବିଜେପି ନେତା ପ୍ରଦୀପ୍ତ ନାୟକ ଦ୍ୱିତୀୟ ଥର ପାଇଁ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କର କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ନିଜେ ଟ୍ୱିଟ୍ କରି ଆଜି ସୂଚନା ଦେଇଛନ୍ତି ପ୍ରଦୀପ୍ତ । ଏହାସହ ଯେଉଁମାନେ ଗତ ୫ ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ନିଜ ନିଜର କରୋନା ଟେଷ୍ଟ କରାଇନେବା ସହ ଆବଶ୍ୟକ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବାକୁ ପ୍ରଦୀପ୍ତ କହିଛନ୍ତି। ପୂର୍ବରୁ ମଧ୍ୟ ପ୍ରଦୀପ୍ତ କରୋନା ଆକ୍ରାନ୍ତ ହୋଇଥିଲେ।


