Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ପୁଣି ଭୁଷୁଡ଼ିଲା ବମିଖାଲ ଓଭରବ୍ରିଜ୍

ଭୁବନେଶ୍ୱର : ବମିଖାଲ ଓଭରବ୍ରିଜ ଭୁଶୁଡିବା ଘଟଣାର ଆଉ ଥରେ ପୁନରାବୃତ୍ତି ଘଟିଛି । ଦ୍ୱିତୀୟ ଥର ପାଇଁ ଓଭର ବ୍ରିଜର କିଛି ଅଂଶ ଖସିପଡିଛି। ଲୁହା ବାଇଣ୍ଡିଙ୍ଗ ସମୟରେ ଏଭଳି ଅଘଟଣ ଘଟିଥିବା ପ୍ରାଥମିକ ସୂଚନା ମିଳିଛି । ସେମାନଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି । ଖବର ପାଇବା ପରେ ବହୁ ସଂଖ୍ୟାରେ ଲୋକ ସେଠାରେ ପହଞ୍ଚି ହୋ ହଲ୍ଲା ଆରମ୍ଭ କରିଛନ୍ତି । ନିର୍ମାଣାଧିନ ବ୍ରିଜର ଲୁହା ରଡରେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଶ୍ରମିକ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ କ୍ୟାପିଟାଲ୍ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ମୃତ ଶ୍ରମିକ ହେଲେ ସୁନ୍ଦରଗଡ଼ର ଅଜୟ ଗୁମିଚ। । ଆଜି ରାତି ପ୍ରାୟ ୯ଟା ବେଳେ ଘଟିଥିଲା ଲୁହାଛଡ଼ ବନ୍ଧା ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଏଠାରେ ୮ ଜଣ ଶ୍ରମିକ କାମ କରୁଥିବା ବେଳେ ୨ ଜଣ ଶ୍ରମିକ ଲୁହା ରଡରେ ଚାପି ହୋଇ ରହିଯାଇଯାଇଥିଲେ। ପ୍ରାୟ ୨୦ ମିନିଟ୍ କାଳ ଫସିରହିଥିଲେ ଏହି ଦୁଇ ଶ୍ରମିକ। ଏହାପରେ ସ୍ଥାନୀୟ ଲୋକ ଏବଂ ଅଗ୍ନିଶମ କର୍ମଚାରୀ ୨ ଶ୍ରମିକଙ୍କୁ ଉଦ୍ଧାର କରି ମେଡିକାଲ୍କୁ ପଠାଇଥିଲେ। ସୂଚନାଯୋଗ୍ୟ ୨୦୧୭ ମସିହା ସେପ୍ଟେମ୍ବର ୧୦ ତାରିଖରେ ଘଟିଯାଇଥିବା ମର୍ମନ୍ତୁଦ ବମିଖାଲ ଓଭରବ୍ରିଜ ଭୁଶୁଡିବା ଘଟଣାପରେ ଠିକାଦାର କାମ ନେଇଥିବା ପଣ୍ଡା ଇନ୍ଫ୍ରାଷ୍ଟ୍ରକଚର ସଂସ୍ଥାକୁ କଳା ତାଲିକାଭୁକ୍ତ କରାଯାଇଥିଲା । ଅଘଟଣରେ ଝାରପଡ଼ାର ସତ୍ୟବ୍ରତ ପଟ୍ଟନାୟକଙ୍କ ମୃତ୍ୟୁ ହୋଇଥିଲା। ଝିଅକୁ ଡ୍ୟାନ୍ସ ସ୍କୁଲରୁ ଘରକୁ ଆଣୁଥିବା ବେଳେ ତାଙ୍କ ଉପରେ ଓଜାଡି ହୋଇ ପଡିଥିଲା ଲୁହା ରଡ୍ ଓ କଂକ୍ରିଟ୍। ସୌଭାଗ୍ୟକୁ କାମ କରୁଥିବା ୧୦ରୁ ଅଧିକ ଶ୍ରମିକ ବର୍ତ୍ତି ଯାଇଥିଲେ। ବ୍ରିଜ୍ ନିର୍ମାଣ ଦାୟିତ୍ୱ ଠିକା ସଂସ୍ଥା ପଣ୍ଡା ଇନ୍ଫ୍ରା ପ୍ରୋଜେକ୍ଟସ ଇଣ୍ଡିଆ ଲିମିଟେଡକୁ ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ପୁଣି ଥରେ କାମ ଆରମ୍ଭ କରାଯାଇଥିଲା । ତେବେ ଶେଷ ଖବର ସୁଧା ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ହସ୍ତଗତ ହୋଇଛି । ନିମ୍ନମାନର ଲୁହା ରଡ଼ ବ୍ୟବହାର ହୋଇଥିବା ଯୋଗୁଁ ଏଭଳି ଅଘଟଣ ଘଟିଥିବା ଅଭିଯୋଗ ହୋଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top