Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ପୁଣି ୬ରେ ମୋଦି ଓ ୭ରେ ଅମିତ ଶାହା ଆସିବେ ଓଡିଶା

ଭୁବନେଶ୍ୱର(ଓଡ଼ିଶା ୱେୟାର) : ସାଧାରଣ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ଓଡିଶାକୁ ଜଣଙ୍କ ପରେ ଜଣେ ନେତାମାନେ ଆସୁଥିବାର ଦେଖିବାକୁ ମିଳୁଛି | ତେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ବରଗଡ଼ ଓ ଗଞ୍ଜାମ ଜିଲ୍ଲାର ପୋଲସରରେ ନିର୍ବାଚନୀ ସଭାରେ ଯୋଗ ଦେବେ ବୋଲି ସୂଚନା ମିଳିଛି । ଏହି ସୂଚନା ଦେଇଛନ୍ତି ଦଳର ରାଜ୍ୟ ସମ୍ପାଦକ ଯତୀନ ମହାନ୍ତି । ଏହା ପୂର୍ବରୁ ଏପ୍ରିଲ୍‌ ୧ ତାରିଖ ଦିନ ମଧ୍ୟ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିଥିଲେ । ପାରଳାଖେମୁଣ୍ଡିରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ସେ ନବୀନ ସରକାରକୁ ଉପାଡ଼ି ଫିଙ୍ଗିଦେବା ପାଇଁ ଆହ୍ୱାନ ଦେଇଥିଲେ । ଉଲ୍ଲେଖନୀୟ, ଏହା ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦୁଇ ଥର ଓଡ଼ିଶା ଆସି ନିର୍ବାଚନ ପ୍ରଚାର କରିଛନ୍ତି । ମାର୍ଚ୍ଚ ୨୯ ତାରିଖରେ ସେ କୋରାପୁଟ ଜିଲ୍ଲା ଜୟପୁରରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇଥିବା ବେଳେ ଏପ୍ରିଲ୍ ୨ ତାରିଖରେ କଳାହାଣ୍ଡିର ଭବାନୀପାଟଣା ଆସିଥିଲେ । ଏଥିରେ ଓଡ଼ିଶାରେ ପରିବର୍ତ୍ତନ ଆଣିବାକୁ ଭୋଟରଙ୍କୁ ଆହ୍ୱାନ ଦେଇଥିଲେ ଏବଂ ନବୀନ ସରକାରକୁ ଚାଷୀ ଓ ଗରୀବଙ୍କ ବିରୋଧୀ ବୋଲି ଅଭିହିତ କରିଥିଲେ । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ୍ ୬ ତାରିଖରେ ସୁନ୍ଦରଗଡ଼ ଆସିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ଏନେଇ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ପୂର୍ବରୁ ସୂଚନା ଦେଇଛନ୍ତି |

Click to comment

Leave a Reply

Your email address will not be published. Required fields are marked *

Most Popular

To Top