Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୁରୀ ସ୍ୱର୍ଗଦ୍ୱାରରେ ଏଥର ଗୋବର ଘସିରେ ହେବ ଶବ ଦାହ

ଏଣିକି କାଠ ନୁହେଁ ସ୍ୱର୍ଗଦ୍ୱାରରେ ଗୋବର ଘସିରେ ହେବ ଶବ ଦାହ କରାଯିବ । ଏନେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତି ହେଉଛି । ଆଜି ଏହି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ମନ୍ତ୍ରୀ କହିଛନ୍ତି, ହିନ୍ଦୁ ଶାସ୍ତ୍ର ଅନୁଯାଇ ଗୋବର ପବିତ୍ର ଅଟେ ତେଣୁ ଶବ ଦାହରେ ଏହାକୁ ବ୍ୟବହାର କରାଯିବ । ସ୍ବର୍ଗଦ୍ୱାର କମିଟି ସହ ଆଲୋଚନା କରାଯିବା ପରେ ଏହି ନିଷ୍ପତି ନିଆଯିବ । ବିଭିନ୍ନ ସାମାଜିକ ଅନୁଷ୍ଠାନ, ଗୋଶାଳା କରିଥିବା ବ୍ୟକ୍ତି ସହ ଆଲୋଚନା କରାଯିବ। ପରେ ଏନେଇ ଖୁବ ଶୀଘ୍ର ବିଚାର ବିମର୍ଶ କରି ସରକାର ପଦକ୍ଷେପ ନେବେ ।

ମନ୍ତ୍ରୀ ଏକଥା ମଧ୍ୟ କହିଛନ୍ତି ଯେ ରାଜ୍ୟସରକାର ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧିକୁ ଗୁରୁତ୍ବ ଦେଉଛନ୍ତି। ଗୋ ସୁରକ୍ଷା ଓ ଗୋ ମୁତ୍ର ଓ ଗୋବରର ସଦୁପଯୋଗ କ୍ଷେତ୍ରରେ ବିଚାରବିମର୍ଶ ପାଇଁ ଗଠିତ ହେବ କମିଟି, ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ । ୫ ଜଣ ମନ୍ତ୍ରୀ ଓ ୫ ଜଣ ସଚିବ କମିଟିର ସଦସ୍ୟ ରହିବେ । ଗୋମାତା ସୁରକ୍ଷା,ଗୋଶାଳା ବୃଦ୍ଧି, ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ସରକାର କାମଧେନୁ ଯୋଜନା ଆରମ୍ଭ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top