Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୋଲିସ-ଆନ୍ଦୋଳନକାରୀ ମୁହାଁମୁହିଁ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ରାଜକନିକାରେ ପୋଲିସ-ଆନ୍ଦୋଳନକାରୀ ମୁହାଁମୁହିଁ। ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ପାଇଁ ହେଉଥିବା ମେଗା ଜଳ ପ୍ରକଳ୍ପକୁ ଜୋରଦାର ବିରୋଧ କରୁଛନ୍ତି ସ୍ଥାନୀୟ ଲୋକ। ପ୍ରଶାସନ ପକ୍ଷରୁ ଧାରା ୧୪୪ ଲାଗିଥିଲେ ମଧ୍ୟ ସ୍ଥାନୀୟ ଲୋକେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ମେଗା ଜଳ ପ୍ରକଳ୍ପର କାମକୁ ବିରୋଧ କରି କଟକ-ଚାନ୍ଦବାଲି ରାସ୍ତାକୁ ବନ୍ଦ କରିଛନ୍ତି ଆନ୍ଦୋଳନକାରୀ। ଏଣେ ଘଟଣାସ୍ଥଳରେ ୧୬ ପ୍ଲାଟୁନ୍ ପୋଲିସକୁ ମୁତୟନ କରିଛି ପ୍ରଶାସନ। ପ୍ରକଳ୍ପ ସ୍ଥାନରେ ବ୍ୟାପକ ଭଙ୍ଗାରୁଜା ହୋଇଛି। କଂପାନିର ବିଭିନ୍ନ ଯନ୍ତ୍ରପାତି ଏପରିକି ଆମ୍ବୁଲାନ୍ସକୁ ବି ଆନ୍ଦୋଳନକାରୀମାନେ ଭାଙ୍ଗି ଦେଇଥିବା ଜଣାଯାଇଛି।
ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିବା ପାଇଁ ପ୍ରଶାସନ ଯେତେ ଉଦ୍ୟମ କଲେ ବି ତାହା ସଫଳ ହେଉନାହିଁ। ଗତକାଲି ପ୍ରଶାସନ ପକ୍ଷରୁ ପୁଣି ଥରେ ସଂଗ୍ରାମ ସମିତି କର୍ମକର୍ତାଙ୍କ ସହିତ ସଂଧ୍ୟାରେ ବୈଠକ ହୋଇଥିଲା। ରାଜକନିକା ବ୍ଲକ୍ କାର‌୍ୟ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ଏସ୍‌ପି, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ରାଜକନିକା ବିଡିଓ, ତହସିଲଦାରଙ୍କ ସମେତ ଦୁଇ ସମିତି ପକ୍ଷରୁ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା, ଦୋଳଗୋବିନ୍ଦ ନାୟକ, ସଭାପତି ଦୁର‌୍ୟୋଧନ ମ‌ହାନ୍ତିଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଆନ୍ଦୋଳନ ବନ୍ଦ କରି ଆମକୁ ସହଯୋଗ କରିବାକୁ ପ୍ରଶାସନ ପ୍ରସ୍ତାବ ଦେଇଥିବା ବେଳେ ସଂଗ୍ରାମ ସମିତି ଏହାକୁ ପ୍ରତ୍ୟାଖାନ କରିଦେଇଥିଲେ।
ପ୍ରକଳ୍ପ ବନ୍ଦ ନ ହେବା ଯାଏ ଆନ୍ଦୋଳନ ପ୍ରତ୍ୟାହାର ହେବାର ପ୍ରଶ୍ନ ଉଠୁନାହିଁ ବୋଲି ସମିତିର କର୍ମକର୍ତ୍ତାମାନେ ରୋକଠୋକ୍ ଶୁଣାଇ ଦେଇଥିବାରୁ ଆଗକୁ ଆନ୍ଦୋଳନ ଆହୁରି ତୀବ୍ରତର ହେବା ଆଶଙ୍କା ସୃଷ୍ଟି ହୋଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top