Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପ୍ରତିବର୍ଷ ସମ୍ପତ୍ତି ତାଲିକା ଦେବେ ନେତା ଓ ସରକାରୀ ଚାକିରିଆ, କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଏଣିକି ନିର୍ବାଚିତ ଲୋକପ୍ରତିନିଧି ଓ ସରକାର କର୍ମଚାରୀମାନେ ପ୍ରତିବର୍ଷ ସମ୍ପତ୍ତି ତାଲିକା ଦେବାକୁ ବାଧ୍ୟ । ଆଜି ରାଜ୍ୟ କ୍ୟାବିନେଟରେ ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ସହ ମୋଟ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଲା ବିଜେଡି ରାଜ୍ୟ କାର୍ଯ୍ୟକାରିଣୀରେ ଗୃହୀତ ହୋଇଥିବା ଅଧିକାଂଶ ପ୍ରସ୍ତାବକୁ ଆଜିର କ୍ୟାବିନେଟ ବୈଠକରେ ଅନୁମୋଦନ ମିଳିଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀ କହିଛନ୍ତି ଯେ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ ଓ ଲୋକପ୍ରତିନିଧି(ସରପଂଚଙ୍କଠୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ) ସମସ୍ତେ ଏଣିକି ବାର୍ଷିକ ସମ୍ପତ୍ତି ତାଲିକା ଦେବାକୁ ବାଧ୍ୟ । ରାଜ୍ୟ ସରକାର ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ଯୋଗାଇ ଦେବାକୁ ପ୍ରତିଶ୍ରୁତିବଦ୍ଧ । ଦୁର୍ନୀତି ବିରୋଧରେ ସାଲିସ ବିହୀନ ଲଢ଼େଇ ସାରା ଦେଶରେ ଓଡ଼ିଶାର ସୁନାମ ଆଣିଛି । ଏଥିରେ ଆଉ ପାଦେ ଆଗେଇ ଆମ ନିର୍ବାଚିତ ଲୋକ ପ୍ରତିନିଧି ସରପଂଚଙ୍କଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରତିବର୍ଷ ସେମାନଙ୍କର ସମ୍ପତ୍ତି ତାଲିକା ଦେବେ । ଏହାକୁ ମଧ୍ୟ ଜନସାଧାରଣଙ୍କ ସୂଚନା ନିମନ୍ତେ ସାର୍ବଜନୀନ କରାଯିବ । ସେହିପରି ପ୍ରତିସ୍ତରର ସରକାରୀ କର୍ମଚାରୀ(ମୁଖ୍ୟ ସଚିବ ପର୍ଯ୍ୟନ୍ତ) ମଧ୍ୟ ପ୍ରତିବର୍ଷ ସମ୍ପତ୍ତି ତାଲିକା ଦେବେ । ଏହି ସମ୍ପତ୍ତି ତାଲିକାଗୁଡ଼ିକର ଏକକିତା ନକଲ ରାଜ୍ୟ ଲୋକାୟୁକ୍ତଙ୍କ ଅବଗତ ନିମନ୍ତେ ପଠାଯିବ । ଏଥିପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top