Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ପ୍ରଦୀପ ମହାରଥୀଙ୍କ ଫାର୍ମ ହାଉସରେ ଫ୍ଲାଇଂ ସ୍କ୍ୱାଡ୍ ମାଜିଷ୍ଟ୍ରେଟ ଓ ଏସ୍‌ଏସ୍‌ଟିକୁ ଆକ୍ରମଣ

ଭୁବନେଶ୍ୱର(ଓଡ଼ିଶା ୱେୟାର):ପୁରୀ ଜିଲ୍ଲା ପିପିଲିରେ ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ୱାର୍ଡ଼ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଏଥିରେ ଜଣେ ମାଜିଷ୍ଟ୍ରେଟ୍ ଓ ପୁଲିସ୍ ASIଙ୍କ ସମେତ ଅନ୍ୟ କେତେ ଜଣ ଗୁରୁତର ଆହତ ହୋଇଛନ୍ତି।

ଗତକାଲି ରାତିରେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀଙ୍କ ହୁଙ୍କେଇପୁର ସ୍ଥିତ ଫାର୍ମ ହାଉସ୍‌ରେ ମଦ ଓ ଟଙ୍କା ବଣ୍ଟାଯାଉଥିବା ଖବର ପାଇ ମାଜିଷ୍ଟ୍ରେଟ୍ ରବି ନାରାୟଣ ପାତ୍ରଙ୍କ ନେତୃତ୍ୱରେ ଏକ ଟିମ୍ ସେଠାକୁ ଚଢାଉ କରିବାକୁ ଯାଇଥିଲେ। ସେହି ସମୟରେ ନିଜେ ପ୍ରଦୀପ ମହାରଥୀ, ଫାର୍ମ ହାଉସ୍ ଭିତରେ ପଶି ଟିମ୍ ସଦସ୍ୟମାନଙ୍କୁ ଗାଳିଗୁଲଜ କରିବା ସହ ଆକ୍ରମଣ କରିଥିବା ରବି ନାରାୟଣ ଅଭିଯୋଗ କରିଛନ୍ତି ।

ଏଥିରେ ସେ ନିଜେ ଆହତ ହେବା ସହ ASI ବିନୟ କୁମାର ଦାସ ଓ ତାଙ୍କ ଡ୍ରାଇଭର ଦୀପକ ଆହତ ହୋଇଥିବା କହିଛନ୍ତି । ସେହିପରି ଫ୍ଲାଇଂ ସ୍କ୍ୱାର୍ଡ଼ କ୍ୟାମେରାମ୍ୟାନଙ୍କୁ ମଧ୍ୟ ଆକ୍ରମଣ ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ କ୍ୟାମେରା ଭାଙ୍ଗିଦେଇଥିବା ସୂଚନା ମିଳିଛି।ଆହତ ମାଜିଷ୍ଟ୍ରେଟ୍‌ଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି , ମାଜିଷ୍ଟ୍ରେଟଙ୍କୁ ଆକ୍ରମଣ ଘଟଣାରେ ପୁରୀ ଏସ୍‌ପି ଉମାଶଙ୍କର ଦାସ କହିଛନ୍ତି,“ ନିର୍ବାଚନ ପରିଚାଳନାରେ ବାଧା ସୃଷ୍ଟି କରିବାକୁ ଉଦ୍ୟମ ହୋଇଛି। କିଛି ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି, ଘଟଣାର ତଦନ୍ତ କରାଯାଉଛି। ”
ଆହତ ମାଜିଷ୍ଟ୍ରେଟ୍ ରବି ନାରାୟଣ ପାତ୍ର କହିଛନ୍ତି,“ ଆଇଆଇସିଙ୍କ ନିର୍ଦ୍ଦେଶରେ ପ୍ରଦୀପ ମହାରଥୀଙ୍କ ଫାର୍ମ ହାଉସରେ ଚଢ଼ାଉ କରିଥିଲୁ। ସେଠାରେ ମଦ ଓ ଟଙ୍କା ବଣ୍ଟା ହେଉଥିବା ସୂଚନା ଥିଲା। ପହଞ୍ଚୁ ପହଞ୍ଚୁ ମୁଁ ଓ ମୋର SST(ସ୍ପେଶାଲ ସିକ୍ୟୁରିଟି ଟିମ୍‌) ଟିମକୁ ଫାର୍ମ ହାଉସ ଭିତରେ ପ୍ରଦୀପ ମହାରଥୀ ଗୋଡ଼ାଇ ପିଟିଥିଲେ। ଏଥିରେ ASI ବିନୟ କୁମାର ଦାସ ଆହତ ହୋଇଛନ୍ତି। ମୋର ଡ୍ରାଇଭର ଦୀପକ ମଧ୍ୟ ଆହତ ହୋଇଛନ୍ତି। ମଦ ଓ ଟଙ୍କା ବଣ୍ଟା ରୋକିବାକୁ ଯାଇ ଏହି ଅବସ୍ଥା ହୋଇଛି।”

ସେ ଆହୁରି କହିଛନ୍ତି,“ ମୋର ଅଣ୍ଟାରେ ଆଘାତ ଲାଗିଛି, ଗୋଡ଼ ଲଗାଇ ପାରୁନି। ଭୟରେ ଗୋଟିଏ ଗାଡ଼ିରେ ୧୫ ଜଣ ପଳାଇ ଆସିଲୁ। ଆଉ ଗୋଟିଏ ଗାଡ଼ି ଫାର୍ମ ହାଉସ୍ ଭିତରେ ରହିଛି।”

ମାଜିଷ୍ଟ୍ରେଟଙ୍କୁ ଆକ୍ରମଣ ଘଟଣା ସମ୍ପର୍କରେ ପୁରୀ ଜିଲ୍ଲାପାଳ କହିଛନ୍ତି,“ ପିପିଲି ଥାନାରେ ମାମଲା ହୋଇଛି। ଏହି ଘଟଣାରେ ଜଣଙ୍କୁ ଅଟକ ରଖାଯାଇଛି। ଗଣମାଧ୍ୟମରୁ ବିଧାୟକ ଆକ୍ରମଣ କରିଥିବା ଜାଣିବାକୁ ପାଇଲି। ଆହତଙ୍କ ଷ୍ଟେଟମେଣ୍ଟ ରେକର୍ଡ କରାଯାଉଛି। ଏହାସହ ଭିଡିଓ ରେକର୍ଡିଂର ଅନୁଧ୍ୟାନ କରାଯାଉଛି। କର୍ତ୍ତବ୍ୟରତ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଛି। ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।”

Click to comment

Leave a Reply

Your email address will not be published. Required fields are marked *

Most Popular

To Top