Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ୱେୟାର):ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେତୃତ୍ୱାଧୀନ ଏନଡିଏ ବିପୁଳ ଜନାଦେଶ ସହ କେନ୍ଦ୍ରରେ ପୁଣିଥରେ ସରକାର ଗଢ଼ିବା ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଆଜି ସାକ୍ଷାତ କରିଛନ୍ତି। କେନ୍ଦ୍ରରେ ମୋଦି ଓ ରାଜ୍ୟରେ ନବୀନଙ୍କ ନେତୃତ୍ୱରେ ସରକାର ଗଠନ ପରେ ପ୍ରଥମଥର ପାଇଁ ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଏହି ସାକ୍ଷାତ ରାଜନୀତିକ ମହଲରେ ଗୁରୁତ୍ୱ ଦିଆଯାଉଛି।
ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ମୋଦି ଓ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ମଧ୍ୟରେ ଆଜି ପ୍ରାୟ ୧୦ମିନିଟ୍ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ହୋଇଥିଲା। ଏହି ସାକ୍ଷାତବେଳେ କୌଣସି ପ୍ରକାରର ରାଜନୀତିକ ବିଷୟବସ୍ତୁ ସ୍ଥାନ ପାଇନଥିବା ନିର୍ଭରଯୋଗ୍ୟ ସୂତ୍ରରୁ ସୂଚନା ମିଳିଛି। ମୋଦି ଓ ନବୀନ ପରସ୍ପରକୁ ସରକାର ଗଠନ ପାଇଁ ଶୁଭକାମନା ଓ ଅଭିନନ୍ଦନ ଜଣାଇବା ସହ ରାଜ୍ୟର ‘ଫୋନି’ ପ୍ରସଙ୍ଗରେ ଆଲୋଚନା କରିଥିବା ଜଣାପଡ଼ିଛି। ଆଲୋଚନାର ମୁଖ୍ୟ ବିଷୟବସ୍ତୁ ‘ଫୋନି’ ପୁନରୁଦ୍ଧାର ମଧ୍ୟରେ ସୀମିତ ଥିବାବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶାକୁ ନିର୍ଦ୍ଧିଷ୍ଟ ଅବଧି ପାଇଁ ‘ସ୍ୱତନ୍ତ୍ର କେନ୍ଦ୍ରିତ ରାଜ୍ୟ’ର ମାନ୍ୟତା ସହ ଆର୍ଥିକ ସହାୟତା, ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ନିମନ୍ତେ ‘ପ୍ରାକୃତିକ ବିପର୍ଯ୍ୟୟ’କୁ ଏକ ମାନଦଣ୍ଡ ଭାବେ ବିଚାର କରିବା, କୋଇଲା ରୟାଲିଟିକୁ ୧୪%ରୁ ୨୦%କୁ ବୃଦ୍ଧି, ଫୋନି ପୁନରୁଦ୍ଧାର ପାଇଁ ଏନଡିଆରଏଫରୁ ୫୨୨୮କୋଟି ଟଙ୍କା ସହାୟତା ଦେବାକୁ ଅନୁରୋଧ କରିଛନ୍ତି। ତେବେ ଏହି ଅନୁରୋଧ ମଧ୍ୟରେ ନବୀନ ଓ ତାଙ୍କ ନେତୃତ୍ୱାଧୀନ ବିଜେଡି ଆଗାମୀ ଦିନରେ ‘କେନ୍ଦ୍ରୀୟ ଅବହେଳା’ର ସ୍ୱରକୁ ସୁବିଧା ମୁତାବକ ଉଠାଇବାର ମାର୍ଗକୁ ପ୍ରଶସ୍ତ କରିଛନ୍ତି। ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମଧ୍ୟ ନବୀନ ସାକ୍ଷାତ କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top