Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ଦେଶ- ବିଦେଶ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ ଆଜି ଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ହେମନ୍ତ ସୋରେନ । ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟ ନେତାଙ୍କ ମଧ୍ୟରେ ଔପଚାରିକ ସାକ୍ଷାତ,ଆଲୋଚନା ହୋଇଛି।

ପ୍ରାୟ ୩ ବର୍ଷ ପରେ ଉଭୟ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ବୈଠକର ଫଟୋ ସେୟାର କରି ସୋରେନ ବାର୍ତ୍ତାଳାପକୁ ସୌଜନ୍ୟ ମୂଳକ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଏହାର ଫଟୋ ସେୟାର କରାଯାଇଛି।କିନ୍ତୁ ଉଭୟଙ୍କ ମଧ୍ୟରେ କେଉଁ ପ୍ରସଙ୍ଗରେ ଆଲୋଚନା ହୋଇଛି ତାହା ଜଣାପଡ଼ିନାହିଁ । ଚଳିତ ବର୍ଷ ଶେଷରେ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ମଧ୍ୟ ହେବାକୁ ଯାଉଛି, ଯାହା ଉପରେ ସମସ୍ତଙ୍କ ନଜର ରହିଛି।ସୂଚନଯୋଗ୍ୟ, ଜମି ଦୁର୍ନୀତି ମାମଲାରେ ହାଇକୋର୍ଟରୁ ଜାମିନ ପାଇବା ପରେ ଗତ ଜୁନ୍‌ ୨୮ରେ ହେମନ୍ତ ସୋରେନ ଜେଲ୍‌ରୁ ମୁକୁଳିଥିଲେ। ଏହାରେ ସେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରେ ସେ ପ୍ରଥମ ଥର ପାଇଁ ମୋଦିଙ୍କୁ ଭେଟିଥିବା ବେଳେ ଝାଡ଼ଖଣ୍ଡର ବିକାଶ ନିମନ୍ତେ ବିଭିନ୍ନ ପ୍ରସଙ୍ଗରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top