ମୌସୁମୀ ଦୁର୍ବଳ ହେଉଥିବା ବେଳେ ଏହାର ପ୍ରଭାବରେ ୪୮ ଘଣ୍ଟା ପ୍ରବଳ ବର୍ଷା ହେବ। ତେବେ ପ୍ରବଳ ବର୍ଷା ଯୋଗୁଁ ଆଜି ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା କଲେ ପୁରୀ ଜିଲ୍ଲାପାଳ। ଆଜି ପୁରୀ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ବର୍ଷା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯିବା ପରେ ସ୍କୁଲ ଛୁଟି କରାଯାଇଛି। ସମସ୍ତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲା ପାଇଁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।


