Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ପ୍ରଶ୍ନପତ୍ର ଲିକ୍‌, ବାତିଲ ହେଲା ‘ଓଟିଇଟି’

ଭୁବନେଶ୍ୱର(ଓଡ଼ିଶା ୱେୟାର): ପ୍ରଶ୍ନପତ୍ର ଲିକ୍ ପାଇଁ ଓଟିଇଟି (ଓଡ଼ିଶା ଟିଚର ଏଲିଜିବିଲିଟୀ ଟେଷ୍ଟ୍‌) ବାତିଲ ହୋଇଯାଇଛି।
ଆଜି ଓଟିଇଟିର ଦୁଇଟି ସିଟିଂ ପରୀକ୍ଷା ଥିଲା। ସକାଳ ସାଢ଼େ ୧୦ଟାରେ ପ୍ରଥମ ସିଟିଂ ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଜଣାପଡ଼ିଥିଲା। ସୋଶାଲ୍ ମିଡିଆରେ ପ୍ରଶ୍ନପତ୍ର ଘୁରି ବୁଲିବା ପରେ ଏ ବିଷୟରେ ଜଣାପଡ଼ିଥିଲା।ପ୍ରଥମ ସିଟିଂ ପରୀକ୍ଷା ସରିବା ପରେ ଓ ଲିକ୍ ପ୍ରଶ୍ନପତ୍ର ଯାଞ୍ଚ କରିବା ପରେ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ପରୀକ୍ଷା ବାତିଲ ନେଇ ଘୋଷଣା କରାଯାଇଛି। ଆଜିର ଦୁଇଟି ସିଟିଂ ପରୀକ୍ଷାକୁ ବାତିଲ କରାଯାଇଛି।
ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ଜାହାନ ଆରା ବେଗମ ଏ ସଂର୍ପକରେ ସୂଚନା ଦେଇ କହିଛନ୍ତି ଯେ ଏ ଘଟଣା ଦୁର୍ଭାଗ୍ୟଜନକ। ଆଉ ଥରେ ଓଟିଇଟି ପରୀକ୍ଷା କରାଯିବ। ତେବେ କେବେ ପରୀକ୍ଷା ହେବ ସେ ନେଇ ପରବର୍ତ୍ତୀ ସମୟରେ ଘୋଷଣା କରାଯିବ ବୋଲି ସେ କହିଛନ୍ତି।

ଅନ୍ୟପକ୍ଷରେ ପରୀକ୍ଷା ବାତିଲ ଖବର ଶୁଣିବା ପରେ ରାଉରକେଲାରେ ଉତ୍ତେଜନା ପ୍ରକାଶ ପାଇଛି। ଉଦିତ୍‌ ନଗର ହାଇସ୍କୁଲ୍‌ ପରୀକ୍ଷା କେନ୍ଦ୍ରରେ ଏହି ଉତ୍ତେଜନା ଦେଖାଯାଇଛି। ସ୍କୁଲ୍‌ ସାମ୍ନାରେ ପରୀକ୍ଷାର୍ଥୀମାନେ ଧାରଣା ଦେଇଛନ୍ତି। ପରୀକ୍ଷାର୍ଥୀମାନେ ଖର୍ଚ୍ଚାନ୍ତ ହୋଇ ଦୂରଦୂରାନ୍ତରୁ ଆସିଥିବାରୁ ଉତ୍ତେଜନା ଦେଖା ଦେଇଛି। ଆଜି ପ୍ରଥମ ସିଟିଂ ପରୀକ୍ଷା ସକାଳ ସାଢ଼େ ୧୦ଟାରୁ ଆରମ୍ଭ ହୋଇ ସାଢ଼େ ୧୨ଟା ପର୍ଯ୍ୟନ୍ତ ଚାଲିଥିଲା। ଦ୍ୱିତୀୟ ସିଟିଂ ପରୀକ୍ଷା ଅପରାହ୍ନ ୨ଟାରୁ ସାଢ଼େ ୪ଟା ପର୍ଯ୍ୟନ୍ତ ହେବାର ଥିଲା।

ଏଥର ୧ ଲକ୍ଷ ୧୨ ହଜାର ପିଲା ଓଟିଇଟି ଦେବା ପାଇଁ ଆବେଦନ କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top