Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ବକୁଳ ବନର ପୁନରୁଦ୍ଧାର ପାଇଁ କମିଟି ଗଠିତ

ଭୁବନେଶ୍ୱର : ସତ୍ୟବାଦୀର ବକୁଳ ବନର ପୁନରୁଦ୍ଧାର ପାଇଁ ରାଜ୍ୟ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ପଞ୍ଚସଖା ବକୁଳ ବନର ସୁରକ୍ଷା ସହିତ ସ୍ଥିତି ଅନୁଧ୍ୟାନ କରି ଏହି କମିଟି ୧୫ଦିନ ମଧ୍ୟରେ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବ ବୋଲି ଜଣାପଡ଼ିଛି ।
ସଚିବାଳୟରେ ଅର୍ଥମନ୍ତ୍ରୀ ଶଶୀଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ବକୁଳ ବନର ପୁନରୁଦ୍ଧାର ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା, ସ୍ଥାନୀୟ ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ସମେତ ବିଭାଗୀୟ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବକୁଳ ବନକୁ ଭାରତ ବର୍ଷର ଏକ ଆକର୍ଷଣୀୟ ସ୍ଥଳୀ ଭାବେ ଚିହ୍ନଟ କରିବା ପାଇଁ ସରକାର ପଦକ୍ଷେପ ନେବେ । ବକୁଳ ବନର ପୁନରୁଦ୍ଧାର ପାଇଁ ଗଠିତ କମିଟିରେ ସଂସ୍କୃତି ମନ୍ତ୍ରୀ, ସ୍ଥାନୀୟ ସତ୍ୟବାଦୀ ବିଧାୟକ, ପୁରୀ ଜିଲ୍ଲାପାଳ, ଲୋକସେବକ ମଣ୍ଡଳୀର ଅଧିକାରୀ, ବିଭାଗୀୟ ସଚିବ, ସ୍ଥାନୀୟ ପ୍ରଶାସକ ସଦସ୍ୟ ରହିବେ ବୋଲି ଜଣାପଡ଼ିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top