Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସମ୍ଭାବ୍ୟ ବାତ୍ୟା ‘ୟାସ’ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ୱେୟାର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ତାରିଖ ସୁଦ୍ଧା ଅଧିକ ଘନୀଭୂତ ହୋଇ ବାତ୍ୟା ‘ୟାସ’ର ରୂପ ନେଇ ଓଡ଼ିଶା-ପଶ୍ଚିମବଙ୍ଗ ଅଭିମୁଖେ ଗତି କରିବାର ସମ୍ଭାବନା ଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ମୁକାବିଲା ଓ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରାୟ ୩ହଜାର ପ୍ରଶିକ୍ଷିତ କର୍ମଚାରୀଙ୍କୁ ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ନିୟୋଜିତ କରାଯିବ।

ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତାକାଲି ଅବପାତ ଓ ପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇ ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି। ତେବେ ଆସନ୍ତାକାଲି ସୁଦ୍ଧା ଏହି ବାତ୍ୟାର ରୂପରେଖ, ଗତି ଓ ବେଗ ସମ୍ପର୍କରେ ସଠିକ୍ ସୂଚନା ମିଳିପାରିବ। ଏହି ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ବିଭିନ୍ନ ବିଭାଗର ସଚିବ, ଏସଆରସି ଓ ମୁଖ୍ୟ ସଚିବଙ୍କ ସହ ଆଲୋଚନା କରିଛନ୍ତି ।
ବାତ୍ୟାର ପ୍ରସ୍ତୁତି ସମ୍ପର୍କରେ ସରକାର ନେଇଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ତେବେ ବାତ୍ୟାରେ ଜନଜୀବନ ଯେଭଳି ନଷ୍ଟ ନହୁଏ ସେଥିପ୍ରତି ବିଶେଷ ଭାବେ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତ୍ୟେକ ଜୀବନ ମୂଲ୍ୟବାନ ଏବଂ ସମସ୍ତ ତଳିଆ ଅଂଚଳ ଓ କଚ୍ଚାଘରୁ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଏବେ କୋଭିଡ୍ ସମୟ ହୋଇଥିବାରୁ ଗୋଟିଏ ଗୋଟିଏ ଆଶ୍ରୟସ୍ଥଳୀରେ କମ୍ ସଂଖ୍ୟକ ଲୋକଙ୍କୁ ରଖିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ହସ୍ପିଟାଲଗୁଡ଼ିକରେ ପର‌୍ୟ୍ୟାପ୍ତ ପରିମାଣର ଅକ୍ସିଜେନ୍ ଯେଭଳି ମହଜୁଦ୍ ରହିବ, ତାହା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ହସ୍ପିଟାଲଗୁଡ଼ିକରେ ରୋଗୀସେବା ଯେଭଳି ବାଧାପ୍ରାପ୍ତ ନହେବ ସେଥିପାଇଁ ଜେନେରେଟର ସେଟ୍‌, ପାନୀୟ ଜଳ ସମେତ ଡାକ୍ତର ଓ ନର୍ସଙ୍କ ରହିବା ଏବଂ ଖାଇବା ନିମନ୍ତେ ପର‌୍ୟ୍ୟାପ୍ତ ସୁବିଧା କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାପାଳମାନେ ହସ୍ୱିଟାଲଗୁଡ଼ିକରେ ବ୍ୟାପକ ପରିମାଣର ଅକ୍ସିଜେନ୍ ରଖିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବାବେଳେ ଅକ୍ସିଜେନ୍ ପାଇଁ ଗଠିତ ହୋଇଥିବା ଟାସ୍କଫୋର୍ସକୁ ମଧ୍ୟ ଅକ୍ସିଜେନ ଯୋଗାଣ, ପରିବହନ ଓ ରିଫିଲିଂ ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି।

ଶ୍ରୀ ଜେନା କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଉଦ୍ଧାର କାର‌୍ୟ୍ୟରେ ନିୟୋଜିତ ପାଇଁ ପ୍ରାୟ ୩ହଜାର ପ୍ରଶିକ୍ଷିତ କର୍ମଚାରୀଙ୍କୁ ବିଭିନ୍ନ ଜିଲ୍ଲାକୁ ଆସନ୍ତାକାଲି ପଠାଯିବ। ସେମାନେ ଜିଲ୍ଲାର ପ୍ରମୁଖ ସ୍ଥାନଗୁଡ଼ିକରେ ଡେରା ପକାଇବେ। ଏହି ଉଦ୍ଧାରକାରୀ ଦଳରେ ୨୨ଟି ଏନଡିଆରଏଫ ଟିମ୍ (ପ୍ରତି ଟିମରେ ୨୫ରୁ ୩୦ଜଣ), ୬୬ଟି ଓଡ୍ରାଫ୍ ଟିମ୍ (ପ୍ରତି ଟିମରେ ୧୦ରୁ ୧୫), ୧୭୭ଟି ଫାୟାର ସର୍ଭିସ ଟିମ ଓ ବନ ବିଭାଗର ୩୫ଟି ଗଛ କଟାଳୀ ଟିମ୍ (ପ୍ରତି ଟିମରେ ୧୦ରୁ ୧୫ଜଣ) ରହିବେ। ଏମାନଙ୍କ ଛଡ଼ା ପ୍ରତି ଜିଲ୍ଲାରେ ରୋଡ୍ କ୍ଲିୟରାନ୍ସ ଟିମ୍‌, ପାନୀୟ ଜଳ ଯୋଗାଣ ଟିମ୍ , ବିଦ୍ୟୁତ, ଟେଲିକମ୍‌, ଆରଡି, ପୂର୍ତ୍ତ ଓ ଜଳସମ୍ପଦ ବିଭାଗକୁ ଜିଲ୍ଲାର ବିଭିନ୍ନ ଅଂଚଳ ନ୍ୟସ୍ତ କରାଯାଇଛି। ମୁଣ୍ଡଳୀରେ ଏନଡିଆରଏଫର ୧୭ଟି ଟିମ୍ ଥିବାବେଳେ ରାଜ୍ୟ ସରକାର ଆଉ ୫ଟି ଏନଡିଆରଏଫ ଟିମ୍‌କୁ ବାହାରୁ ମଗାଇଛନ୍ତି ବୋଲି ଶ୍ରୀ ଜେନା ସୂଚନା ଦେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top