Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବନ୍ଦ ହୋଇପାରେ ପିପିଲି ଉପନିର୍ବାଚନ!

ଭୁବନେଶ୍ୱର, (ଓଡ଼ିଶା ୱେୟାର):
ବନ୍ଦ ହେବ ପିପିଲ ଉପନିର୍ବାଚନ। କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ଯୋଗୁ ପିପିଲି ଉପନିର୍ବାଚନ ବନ୍ଦ ହୋଇପାରେ। ଆସନ୍ତା ୧୭ ତାରିଖରେ ପିପିଲ ପାଇଁ ଭୋଟ ଗ୍ରହଣ ହୋଇଥାନ୍ତା। ହେଲେ ନିର୍ବାଚନର ତିନି ଦିନ ପୂର୍ବରୁ ଆଜି କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ ହୋଇଛି।

ପ୍ରାର୍ଥୀଙ୍କ ଦେହାନ୍ତ ଯୋଗୁ ଉପନିର୍ବାଚନ ବନ୍ଦ ହୋଇପାରେ। ଖୁବ୍ ଶୀଘ୍ର ନିର୍ବାଚନ କମିଶନର ନିବାର୍ଚନ ବନ୍ଦ ନେଇ ଆନୁଷ୍ଠାନିକ ଘୋଷଣା କରିପାରନ୍ତି।

ପାୱାରଷ୍ଟାର ପବନ କଲ୍ୟାଣଙ୍କୁ କରୋନା, ଫୁସ‍ଫୁସରେ ସଂକ୍ରମଣ!
ଜନପ୍ରତିନିଧି ଆଇନ୍ ୧୯୫୧ର ସେକ୍ସନ୍ ୫୨ର ବ୍ୟବସ୍ଥା ଅନୁଯାୟୀ, ନିର୍ବାଚନ ଲଢ଼ିବାକୁ ଥିବା ପ୍ରାର୍ଥୀଙ୍କର ଯଦି ମତଦାନ ପୂର୍ବରୁ ଦେହାନ୍ତ ହୁଏ, ତାହେଲେ ନିର୍ବାଚନ କମିଶନ ସ୍ୱତନ୍ତ୍ର କ୍ଷମତା ବଳରେ ନିର୍ବାଚନକୁ ସ୍ଥଗିତ କରିପାରିବେ। ବର୍ତ୍ତମାନ ପିପିଲି କ୍ଷେତ୍ରରେ ଅନୁରୂପ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ଅଜିତ୍ ଦେଶର ସର୍ବପୁରାତନ ଦଳ କଂଗ୍ରେସର ନିୟମିତ ସଦସ୍ୟ ଥିଲେ। ଆଜି ତାଙ୍କର ଦେହାନ୍ତ ଘଟିଛି। ଗତ ସପ୍ତାହରେ ଅଜିତ ମଙ୍ଗରାଜ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ କୋଭିଡ୍ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ଆପୋଲ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top