Latest

ବନ୍ଦ ହୋଇପାରେ ପିପିଲି ଉପନିର୍ବାଚନ!

Posted on

ଭୁବନେଶ୍ୱର, (ଓଡ଼ିଶା ୱେୟାର):
ବନ୍ଦ ହେବ ପିପିଲ ଉପନିର୍ବାଚନ। କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ଯୋଗୁ ପିପିଲି ଉପନିର୍ବାଚନ ବନ୍ଦ ହୋଇପାରେ। ଆସନ୍ତା ୧୭ ତାରିଖରେ ପିପିଲ ପାଇଁ ଭୋଟ ଗ୍ରହଣ ହୋଇଥାନ୍ତା। ହେଲେ ନିର୍ବାଚନର ତିନି ଦିନ ପୂର୍ବରୁ ଆଜି କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ ହୋଇଛି।

ପ୍ରାର୍ଥୀଙ୍କ ଦେହାନ୍ତ ଯୋଗୁ ଉପନିର୍ବାଚନ ବନ୍ଦ ହୋଇପାରେ। ଖୁବ୍ ଶୀଘ୍ର ନିର୍ବାଚନ କମିଶନର ନିବାର୍ଚନ ବନ୍ଦ ନେଇ ଆନୁଷ୍ଠାନିକ ଘୋଷଣା କରିପାରନ୍ତି।

ପାୱାରଷ୍ଟାର ପବନ କଲ୍ୟାଣଙ୍କୁ କରୋନା, ଫୁସ‍ଫୁସରେ ସଂକ୍ରମଣ!
ଜନପ୍ରତିନିଧି ଆଇନ୍ ୧୯୫୧ର ସେକ୍ସନ୍ ୫୨ର ବ୍ୟବସ୍ଥା ଅନୁଯାୟୀ, ନିର୍ବାଚନ ଲଢ଼ିବାକୁ ଥିବା ପ୍ରାର୍ଥୀଙ୍କର ଯଦି ମତଦାନ ପୂର୍ବରୁ ଦେହାନ୍ତ ହୁଏ, ତାହେଲେ ନିର୍ବାଚନ କମିଶନ ସ୍ୱତନ୍ତ୍ର କ୍ଷମତା ବଳରେ ନିର୍ବାଚନକୁ ସ୍ଥଗିତ କରିପାରିବେ। ବର୍ତ୍ତମାନ ପିପିଲି କ୍ଷେତ୍ରରେ ଅନୁରୂପ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ଅଜିତ୍ ଦେଶର ସର୍ବପୁରାତନ ଦଳ କଂଗ୍ରେସର ନିୟମିତ ସଦସ୍ୟ ଥିଲେ। ଆଜି ତାଙ୍କର ଦେହାନ୍ତ ଘଟିଛି। ଗତ ସପ୍ତାହରେ ଅଜିତ ମଙ୍ଗରାଜ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ କୋଭିଡ୍ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ଆପୋଲ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Leave a Reply

Your email address will not be published. Required fields are marked *

Most Popular

Exit mobile version