Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବହୁ ବିଳମ୍ବରେ ତୈଳଦର ବୃଦ୍ଧିକୁ ନେଇ ବିଜେଡ଼ିର ନିନ୍ଦା

ଭୁବନେଶ୍ୱର(ଓଡ଼ିଶା ୱେୟାର): ଚଳିତ ବର୍ଷ ଆରମ୍ଭରୁ ତୈଳଦର କ୍ରମାଗତ ବୃଦ୍ଧି ପାଉଥିଲେ ମଧ୍ୟ ସମ୍ପୂର୍ଣ୍ଣ ନିରବ ଥିବା ବିଜେଡି ବହୁ ବିଳମ୍ବରେ ତୈଳଦର ବୃଦ୍ଧିକୁ ନିନ୍ଦା କରିଛି। ସାଧାରଣ ନିର୍ବାଚନ ପରଠୁ ତୈଳ ଦର ବୃଦ୍ଧିକୁ ନେଇ ସିଧାସଳଖ ପ୍ରତିକ୍ରିୟା ଦେବାକୁ କୁଣ୍ଠାବୋଧ କରୁଥିବା ବିଜେଡି ଏବେ ୫ଟି ରାଜ୍ୟର ନିର୍ବାଚନ ଫଳାଫଳକୁ ଦେଖି ନିଜର ରଙ୍ଗ ବଦଳାଇବା ସହ କେନ୍ଦ୍ରରେ ବିଜେପି ନେତୃତ୍ୱାଧୀନ ସରକାରକୁ ତୈଳଦର ବୃଦ୍ଧିର ଆଳ ଦେଖାଇ ଆଜି ଟାର୍ଗେଟ୍ କରିଛି । କେନ୍ଦ୍ରର ୟୁପିଏ ସରକାର ଅମଳରେ ତୈଳଦର ବୃଦ୍ଧିକୁ କ୍ରମାଗତ ଭାବେ ବିରୋଧ କରି ରାଜରାସ୍ତାକୁ ଓହ୍ଲାଉଥିବା ବିଜେଡି ଦୀର୍ଘବର୍ଷ ପରେ ଏହି ପ୍ରସଙ୍ଗରେ ମୁହଁ ଖୋଲିଛି, ଯାହାକୁ ନେଇ ଏବେ ସାଧାରଣରେ ଚର୍ଚ୍ଚା ଆରମ୍ଭ ହୋଇଛି।

ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ(ମୁଖ୍ୟାଳୟ) ସଞ୍ଜୟ ଦାସବର୍ମା ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଦେଶରେ କରୋନାର ଦ୍ୱିତୀୟ ଲହର ତାଣ୍ଡବ ରଚି ଚାଲିଛି। ପ୍ରତିଦିନ ୪ଲକ୍ଷ ସଂକ୍ରମିତ ଚିହ୍ନଟ ହେଉଥିବାବେଳେ ୪ହଜାର ଲୋକ ପ୍ରାଣ ହରାଉଛନ୍ତି । କରୋନା ସଂକ୍ରମଣର ଚେନକୁ ଭାଙ୍ଗିବା ପାଇଁ ବହୁ ରାଜ୍ୟରେ ଶଟଡାଉନ୍ ଓ ଲକଡାଉନ୍ ଆଦି କଟକଣା ଜାରି ହୋଇଛି। ଏଥିପାଇଁ ଦୋକାନ,ବଜାର ବନ୍ଦ ରହିବା ସହ ଗାଡ଼ିମୋଟର ଚଳାଚଳ ବି ପୂର୍ବପେକ୍ଷା କମ୍ ରହିଛି। କରୋନା ମହାମାରୀ ମଧ୍ୟବିତ୍ତ, ନିମ୍ନ ମଧ୍ୟବିତ୍ତ ବର୍ଗର ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗିଦେଇଛି। ଏଭଳି ସଙ୍କଟଜନକ ପରିସ୍ଥିତିରେ ବୋଝ ଉପରେ ନଳିତା ବିଡ଼ା ସାଜିଛି ତୈଳଦର।

ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଓ ପୁଡ଼ୁଚେରୀ ବିଧାନସଭା ନିର୍ବାଚନ ପରଠୁ ନିୟମିତ ଭାବେ ତୈଳ ଦର ଅହେତୁକ ଭାବେ ବଢ଼ିବାରେ ଲାଗିଛି । ନିର୍ବାଚନ ଯେତେବେଳେ ହେଉଛି ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହୁଥିବା ଦେଖିବାକୁ ମିଳୁଛି। ହେଲେ ନିର୍ବାଚନ ସରିବା ପରେ ତୈଳ ଦର ବଢ଼ୁଛି। ଚଳିତବର୍ଷ ଏପ୍ରିଲ ୧୫ତାରିଖରେ ଶେଷଥର ପାଇଁ ତୈଳଦର ପରିବର୍ତ୍ତନ ହୋଇଥିଲା। ଏହାପରଠୁ ନିର୍ବାଚନ ଥିବାରୁ ତୈଳଦର ବୃଦ୍ଧି ହୋଇନଥିଲା। ହେଲେ ଗତ ୨ତାରିଖରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ୪ତାରିଖରୁ ତୈଳ ଦର ବଢ଼ିବାରେ ଲାଗିଛି ।

ଦେଶର କିଛି ସହରରେ ପେଟ୍ରୋଲ ଦର ୧୦୦ଟଙ୍କା ଓ ଡିଜେଲ ଦର ଲିଟର ପିଛା ୯୫ଟଙ୍କା ଅତିକ୍ରମ କଲାଣି । ମହାମାରୀବେଳେ ସାଧାରଣ ଲୋକଙ୍କ ଉପରେ ଏହି ମହଙ୍ଗା ମାଡ଼କୁ ବିଜେଡି ଦୃଢ଼ ଭାବେ ନିନ୍ଦା କରୁଛି । ଏହା ବେଡ଼ି ଉପରେ କରୋଡ଼ା ମାଡ଼ ଭଳି ହୋଇଛି। ରାଜଧାନୀ ଭୁବନେଶ୍ୱରରେ ଗତ ୪ଦିନରେ ପେଟ୍ରୋଲ ଲିଟର ପିଛା ୯୨ ପଇସା ଓ ଡିଜେଲ ୧ଟଙ୍କା ୧୩ ପଇସା ବୃଦ୍ଧି ପାଇସାରିଲାଣି। ଆଚ୍ଛେଦିନର ନାରା ଦେଇ ବିଜେପି କେନ୍ଦ୍ରରେ କ୍ଷମତାକୁ ଆସିଥିଲା। ହେଲେ ସେ ଆଚ୍ଛାଦିନ ଏବେ ବୁରେଦିନ ହୋଇଯାଇଛି । ଲୋକେ ମହଙ୍ଗା ମାଡ଼ରେ ତ୍ରାହି ତ୍ରାହି ଡାକିଲେଣି। ତୈଳଦର ବୃଦ୍ଧି ଯୋଗୁ ଅତ୍ୟାବଶ୍ୟକ ସାମଗ୍ରୀ ଦର ବି ଆକାଶଛୁଆ ହେଲାଣି। ଆନ୍ତର୍ଜାତିକ ବଜାରରେ ଅଶୋଧିତ ତୈଳ ମୂଲ୍ୟ ଯେତିକି ରହିଛି ତା’ଉପରେ ବିଭିନ୍ନ ଶୁଳ୍କ ଲଦି ଦେବାରୁ ଏହା ଦର ତିନିଗୁଣ ହୋଇଯାଉଛି। ତୈଳଦରକୁ ନେଇ କେନ୍ଦ୍ର ସରକାରଙ୍କ ପ୍ରତିଶ୍ରୁତି ମଧ୍ୟ ପାଣିର ଗାର ହୋଇଛି। ତେଣୁ ତୈଳଦର ନିୟନ୍ତ୍ରଣ ପାଇଁ କେନ୍ଦ୍ର ସରକାର ତୁରନ୍ତ ପଦକ୍ଷେପ ନନେଲେ ଆଗାମୀ ଦିନରେ ବିଜେପି ସରକାରର ଦୋମୁହାଁ ନୀତିକୁ ଉଚିତ୍ ଜବାବ ଦିଆଯିବ ବୋଲି ଶ୍ରୀ ଦାସବର୍ମା ଚେତାବନୀ ଦେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top