Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ିଲେ ଶେଖ୍ ହସିନା

ବାଂଲାଦେଶରେ ସଂରକ୍ଷଣ ବ୍ୟବସ୍ଥା ବିରୋଧ କରି ଚାଲିଥିବା ବିକ୍ଷୋଭ ପ୍ରଦର୍ଶନ ଲଗାତାର ଉଗ୍ର ହେବାରେ ଲାଗିଛି । ଏହି ସମୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଶେଖ୍ ହସିନା। ବାଂଲାଦେଶରେ ସଂରକ୍ଷଣ ବିରୋଧୀ ହିଂସାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ଶେଖ ହସିନା ଶେଷରେ ସେନା ଚାପରେ ସୋମବାର ଇସ୍ତଫା ଦେଇଛନ୍ତି। ୧୫ ବର୍ଷ ସତ୍ତାରେ ରହିବା ପରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ଦେଶ ଛାଡିଛନ୍ତି ଶେଖ୍ ହସିନା ।ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ନିଜ ପଦରୁ ଇସ୍ତଫା ଦେବା ପାଇଁ ବାଂଲାଦେଶ ସେନା ତାଙ୍କୁ ୪୫ ମିନିଟର ଅଲ୍ଟିମେଟମ ଦେଇଥିଲା। ଏହା ପରେ ତାଙ୍କ ବାସଭବନରେ ଶତାଧିକ ବିକ୍ଷୋଭକାରୀ ପ୍ରବେଶ କରିଥିଲେ। ପରିସ୍ଥିତି ଖରାପ ହେଉଥିବା ଦେଖି ଇସ୍ତଫା ଦେବା ପରେ ସେ ସେନା ହେଲିକପ୍ଟରରେ ଏକ ସୁରକ୍ଷିତ ସ୍ଥାନକୁ ପାଲେଇଥିବ ସୂଚନା ମିଳିଛି।

ସୂଚନା ମୁତାବକ, ଗତକାଲି କିଛି ଛାତ୍ର ସଂଗଠନ ଏବଂ ବିରୋଧୀ ଦଳ ଦେଶରେ ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଆନ୍ଦୋଳନକୁ ଓହ୍ଲାଇଥିଲେ। ଏହି ଆନ୍ଦୋଳନର ପ୍ରାୟ ୧୪ ଜଣ ପୁଲିସ୍‌ କର୍ମଚାରୀଙ୍କ ସମେତ ଅତିକମରେ ୩୦୦ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଶହ ଶହ ଲୋକ ଆହତ ହୋଇଛନ୍ତି । ତେବେ ମୃତ୍ୟୁ ସଂଖ୍ୟା ଉପରେ କୌଣସି ସରକାରୀ ବୟାନ ଜାରି ହୋଇ ନାହିଁ । ବାଂଲାଦେଶରେ ସଂରକ୍ଷଣ ବିରୋଧୀ ହିଂସାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ବେଳେ ପରିସ୍ଥିତି ବିଗୁଡୁଥିବା ଦେଖି ଶେଖ ହସିନା ଇସ୍ତଫା ଦେଇ ଦେଶ ଛାଡ଼ି ପଳାଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top