Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବାତ୍ୟା ଦାନା ପାଇଁ ଦୁଇ ଦିନ ବନ୍ଦ ରହିବ ନନ୍ଦନକାନନ

ରାଜ୍ୟକୁ ମାଡିଆସୁଛି ବାତ୍ୟା ‘ଦାନା’ । ସମ୍ଭାବ୍ୟ ବାତ୍ୟା ପାଇଁ କଡା ସୁରକ୍ଷା ବଳୟରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ତେଣୁ ଦୁଇଦିନ ଅର୍ଥାତ୍ ୨୪ ଓ ୨୫ ତାରିଖ ବନ୍ଦ ରହିବ ନନ୍ଦନକାନନ । ଅନ୍ୟପଟେ ନନ୍ଦନକାନନର ସମସ୍ତ କର୍ମଚାରୀଙ୍କୁ ଆବଶ୍ୟକ ସରଞ୍ଜାମ ସହିତ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇଛି । ବାତ୍ୟା ଆସିବା ମାତ୍ରେ ସମସ୍ତ କର୍ମଚାରୀ ନିଜ ବିଭାଗରେ ଉପସ୍ଥିତ ରହିବେ । ଯଥାସମ୍ଭବ ଉପୁଜିଥିବା ସମସ୍ୟାର ତତ୍କାଳ ସମାଧନ ବ୍ୟବସ୍ଥା କରିବାକୁ କୁହାଯାଇଛି । ଜୀବଜନ୍ତୁମାନଙ୍କର ଆହତ କିମ୍ବା ସ୍ବାସ୍ଥ୍ୟଗତ ସମସ୍ୟା ଉପୁଜିଲେ ପ୍ରାଣୀ ଚିକିତ୍ସକ ଓ କର୍ମଚାରୀଙ୍କ ସହିତ ଆବଶ୍ୟକ ପର୍ଯ୍ୟାପ୍ତ ପରିମାଣର ଔଷଧ ଓ ଚିକିତ୍ସା ଉପକରଣ ସହିତ ଚିକିତ୍ସକ ଦଳକୁ ସଜାଗ ରଖାଯାଇଛି । କୌଣସି ସ୍ଥାନରେ ଗଛ ଓ ଡାଳ ପଡ଼ିଲେ, ତା’କୁ ତୁରନ୍ତ କାଟି ହଟାଇବା ପାଇଁ ଗଛକଟା ମେସିନ୍ ଓ ରଶି ସହ କର୍ମଚାରୀ ଦଳ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି ଆସନ୍ନ ବାତ୍ୟାକୁ ଦେଖି ଭିତରକନିକା ଜାତୀୟ ଉଦ୍ୟାନକୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଛି । ଭିତରକନିକାକୁ ତିନି ଦିନ ଅର୍ଥାତ୍ ଅକ୍ଟୋବର ୨୩, ୨୪ ଓ ୨୫ ପାଇଁ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ଘୋଷଣା କରିଛି । ସେହିପରି ଯେଉଁ ପର୍ଯ୍ୟଟକମାନେ ଏବେ ଭିତରକନିକା ଇକୋରିଟ୍ରିଟରେ ଅଛନ୍ତି ସେମାନଙ୍କୁ ତୁରନ୍ତ ସ୍ଥାନ ଛାଡିଯିବାକୁ କୁହାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top