Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବାତ୍ୟା ପାଇଁ ରାଜ୍ୟର ସମସ୍ତ ବନ୍ଦରକୁ ୧ ନଂ ବିପଦ ସଙ୍କେତ ଜାରି କଲେ ସରକାର

ଓଡିଶାକୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। କାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଦାନା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା , ଉତ୍ତର ପଶ୍ଚିମ ଦିଗରେ ଗତିକରି ଭୀଷଣ ବାତ୍ୟାରେ ପରିଣତ ହେବ । ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତର ରୂପ ନେବ । ସମ୍ଭାବ୍ୟ ବାତ୍ୟା ପାଇଁ ପୁରୀ, ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରକୁ ବିପଦ ସଙ୍କେତ ଜାରି । ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ଏନେଇ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି।

ଏହା ସହ ୨୫ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୭ ଜିଲ୍ଲାକୁ ରେଡ୍ ଓ ୧୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସନ୍ଧ୍ୟାରୁ ପାଗ ବଦଳିବ। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଓ କଟକରେ ଅତି ପ୍ରବଳ ବର୍ଷା ହେବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top