Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବାତ୍ୟା ବେଳେ ବୃଦ୍ଧାଙ୍କୁ ପିଠିରେ ବୋହି ଆଣିଲେ ଆଶାକର୍ମି, ଫୋନ କରି ମୁଖ୍ୟମନ୍ତ୍ରୀ କଲେ ପ୍ରଶଂସା

କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଥିଲେ।ସୂଚନା ଯୋଗ୍ୟ ଯେ କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ପୂର୍ବରୁ ଖସାମୁଣ୍ଡା ଗାଁର ଲୋକମାନଙ୍କୁ ଆଶ୍ରୟସ୍ଥଳୀକୁ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରିବାର ଦାୟିତ୍ବ ନେଇଥିଲେ।

ଏହି ଦାୟିତ୍ବ ସେ ସୁନ୍ଦରଭାବେ ନିର୍ବାହ କରିଛନ୍ତି। ଗାଁର ଜୈନେକ ବୟସ୍କା ମହିଳା ପାରାଲିସିସ ଆକ୍ରାନ୍ତ ଏବଂ ପ୍ରବଳ ବର୍ଷା ଯୋଗୁଁ ଆଶ୍ରୟସ୍ଥଳକୁ ଯାଇ ପାରୁନଥିଲେ। ଶିବାନୀ ଦିଦି ତାଙ୍କୁ ନିଜ ପିଠିରେ ପକାଇ ଦେଢ କିଲୋମିଟର ଦୂରରେ ଥିବା ଆଶ୍ରୟସ୍ଥଳକୁ ବୋହି ନେଇ କର୍ତ୍ତବ୍ୟ ପାଳନ କ୍ଷେତ୍ରରେ ସମସ୍ତଙ୍କ ପାଇଁ ପ୍ରେରଣା ସାଜିଛନ୍ତି।ମୁଖ୍ୟମନ୍ତ୍ରୀ ଆଶା ଦିଦିଙ୍କ ସହ ଫୋନ୍‌ରେ କଥା ହେବା ପରେ ଜାଣିବାକୁ ପାଇଲେ ଯେ ସେ ଦିନ ସେ ସମୁଦାୟ ୭ଜଣ ବୟସ୍କ ଏବଂ ୨ ଜଣ ପ୍ରସୂତୀଙ୍କୁ ପିଠିରେ ବୋହି ଆଶ୍ରୟସ୍ଥଳକୁ ନେଇଥିଲେ।

ମୁଖ୍ୟମନ୍ତ୍ରୀ ତାଙ୍କର ଏହି ଉତ୍ସର୍ଗୀକୃତ ସେବାର ଉଚ୍ଚ ପ୍ରଶଂସାକରିବା ସହିତ କହିଥିଲେ ଯେ ସରକାର ଏବଂ ମୁଁ ବ୍ୟକ୍ତିଗତ ଭାବେ ତୁମ କାମ ଉପରେ ବହୁତ ଖୁସି।ମହାପ୍ରଭୁ ଶ୍ରୀ ଜଗନ୍ନାଥ ତୁମକୁ ସବୁବେଳେ ଭଲରେ ରଖନ୍ତୁ। ବିପଦ ବେଳେ ତୁମେ ସମସ୍ତଙ୍କୁ ଏହି ଭଳି ସାହାଯ୍ୟ କରୁଥାଅ। ମୁଖ୍ୟମନ୍ତ୍ରୀ ତାଙ୍କ ପରିବାରର ଭଲମନ୍ଦ ବିଷୟରେ ବୁଝିଥିଲେ ଏବଂ ତାଙ୍କର ଘର ନଥିବାରୁ ଟେଲିଫୋନ୍‌ ଯୋଗେ ରାଜନଗର ବିଡିଓଙ୍କୁ ତାଙ୍କୁ ତୁରନ୍ତ ଏକ ଘର ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଶିବନୀଙ୍କୁ ଅନ୍ୟାନ୍ୟ ଆବଶ୍ୟକ ସହାୟତା ଯୋଗାଇଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top