Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି ହେଲା କର୍ଫ୍ୟୁ

ଗୋଷ୍ଠୀ ସଂଘର୍ଷ ପରେ ଅଶାନ୍ତ ହୋଇପାରିଛି ବାଲେଶ୍ୱର । ବିଳମ୍ବିତ ରାତିରେ ଉତ୍ତେଜନା, ପୋଡାଜଳା ପରେ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱର ସହରରେ ଅଶାନ୍ତ ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପୂରା ସହରରେ ଲାଗୁ ହୋଇଛି କର୍ଫ୍ୟୁ।

ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି ହୋଇଛି । ସ୍ଥିତି ନିୟନ୍ତ୍ରଣ ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି । ପରିସ୍ଥିତି ଶାନ୍ତ ନପଡିବା ଯାଏଁ ପୌରାଞ୍ଚଳର ଜନସାଧାରଣ ଏହି ସମୟ ମଧ୍ୟରେ ଘରୁ ନବାହାରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। କର୍ଫ୍ୟୁରେ ବନ୍ଦ ରହିବ ଦୋକାନ ବଜାର । ବାଲେଶ୍ୱରକୁ ସଂଯୋଗ ସବୁ ରାସ୍ତା ସିଲ କରାଯାଇଛି । କେବଳ ପୌରପାଳିକା କର୍ମଚାରୀ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ, ପୋଲିସ କର୍ମଚାରୀ, ସ୍ବାସ୍ଥ୍ୟ ବିଭାଗ, ବିଦ୍ୟୁତ୍, ପିଏଚଡି ଓ ସରକାରୀ ଯାନ୍ତ୍ରିକ ବିଭାଗ ଅଧିକାରୀଙ୍କ ପାଇଁ କଟକଣା କୋହଳ ହୋଇଛି।

ପରିସ୍ଥିତି ନିୟନ୍ତ୍ରଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ପରିସ୍ଥିତି ଶାନ୍ତ ନପଡିବା ଯାଏଁ ଘରୁ ନବାହାରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ଏସପି ।

ସୂଚନା ଅନୁସାରେ, ଗତକାଲି ଦିନ ପ୍ରାୟ ୧ଟାରେ ଟାଉନ୍‌ ଥାନା ଅନ୍ତର୍ଗତ ସୁନହଟ ଛକଠାରୁ ଭୁଜାଖିଆପୀର ରାସ୍ତାରେ ଥିବା ଜଣେ ବ୍ୟକ୍ତିଙ୍କ ଘର ସମ୍ମୁଖ ଡ୍ରେନ୍‌‌ରେ ରକ୍ତ ଭାସୁଥିବା ନିର୍ଦ୍ଦିଷ୍ଟ ଏକ ଗୋଷ୍ଠୀର ଲୋକମାନେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ଉକ୍ତ ବ୍ୟକ୍ତିଙ୍କୁ ପଚରାଉଚରା କରିବାରୁ ସେମାନଙ୍କ ମଧ୍ୟ‌ରେ କଥା କଟାକଟି ହୋଇଥିଲା। ପରେ ସେମାନେ ଭୁଜାଖିଆପୀର ନିକଟରେ ରାସ୍ତା ଉପରେ ଧାରଣା ଦେଇଥିଲେ। ଟାଉନ୍‌ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଧାରଣାରତ ଲୋକମାନଙ୍କୁ ବୁଝାସୁଝା କରି ଉଠାଇଥିଲେ। ସେମାନେ ଫେରିଯାଉଥିବା ବେଳେ ଅନ୍ୟ ଏକ ଗୋଷ୍ଠୀର ଲୋକମାନେ ହଠାତ ସେମାନଙ୍କ ଉପରକୁ ଢେଲା, କାଚବୋତଲ ମାଡ଼ କରିଥିଲେ। ଯାହାକୁ ନେଇ ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ଯାହାକୁ ନେଇ ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ଦୁଇ ଗୋଷ୍ଠୀ ପରସ୍ପରଙ୍କୁ ଆକ୍ରମଣ କରିଛନ୍ତି । ପରସ୍ପରକୁ ପଥର, କାଚ ବୋତଲ ଫୋପାଡିବାରୁ ପୁଲିସ କର୍ମଚାରୀଙ୍କ ସମେତ ୧୦ ଜଣ ଲହୁଲୁହାଣ ହୋଇପହିଛନ୍ତି । ବାଲେଶ୍ୱରରେ ବିଶେଷକରି ଗୋଳାପାଖରୀ, ମୋତିଗଞ୍ଜ, ସିନେମାଛକ ଆଦି ଅଞ୍ଚଳରେ ହିଂସା ପରିସ୍ଥିତି ସୃଷ୍ଟି ହୋଇଛି । ହିଂସାକାରୀମାନେ ବିଭିନ୍ନ ସାହିରେ ପଶି ଲୋକଙ୍କ ଘରକୁ ଢେଲାପଥର ମାଡ କରିଛନ୍ତି ।

କିଛି ଘରେ ହିଂସାକାରୀମାନେ ନିଆଁ ଲଗାଇଦେଇଥିବା ବେଳେ ଗାଡି ଭଙ୍ଗା ଭଙ୍ଗାରୁଜା କରିଛନ୍ତି । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ପୁଲିସ ଲୁହ ବୁହା ଗ୍ୟାସ ପ୍ରୟୋଗ କରିବା ସହ ଲାଠି ଚାର୍ଜ କରିଛି । ପରିସ୍ଥିତିର ନିୟନ୍ତ୍ରଣ ପାଇଁ ଘଟଣା ସ୍ଥଳରେ ଆଇଜି ଡ. ଦୀପକ କୁମାର ଓ ଏସପି ସାଗରିକା ନାଥ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ପରିସ୍ଥିତି ନିୟନ୍ତ୍ରଣ ପାଇଁ ସହରରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି ।

ଅନ୍ୟପଟେ ବାଲେଶ୍ୱରରେ କର୍ଫ୍ୟୁ ସ୍ଥିତି ନେଇ ପ୍ରତିକ୍ରିୟା ଦେଇଛନ୍ତି ଏସପି ସାଗରିକା ନାଥ । ସେ କହିଛନ୍ତି ୩୪ ଜଣଙ୍କୁ ଅଟକ ରଖିଛି ପୁଲିସ୍ । ୪୩ ପ୍ଲାଟୁନ୍ ପୁଲିସ୍ ମୁତୟନ ହୋଇଛନ୍ତି , ସହରରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି ହୋଇଛି କର୍ଫ୍ୟୁ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top