Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ବିଜେଡିରେ ମିଶିଲେ ପାରଳା ରାଜଜେମା

ଭୁବନେଶ୍ୱର((ଓଡ଼ିଶା ୱେୟାର)): ପାରଳାଖେମୁଣ୍ଡି ରାଜା ଗୋପିନାଥ ଗଜପତିଙ୍କ ଝିଅ ତଥା ରାଜକୁମାରୀ କଲ୍ୟାଣୀ ଦେବୀ ଆଜି ଆନୁଷ୍ଠାନିକ ଭାବେ ନିଜର ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି। ସେ ଆଗାମୀ ସାଧାରଣ ନିର୍ବାଚନରେ ବ୍ରହ୍ମପୁର ଲୋକସଭା ଆସନରୁ ବିଜେଡି ପ୍ରାର୍ଥୀ ହେବାର ସମ୍ଭାବନା ରହିଛି।
ରାଜକୁମାରୀ କଲ୍ୟାଣ ଦେବୀ ଆଜି ନିଜର ପ୍ରାୟ ୩୦୦ ସମର୍ଥକଙ୍କ ସହ ନବୀନ ନିବାସ ଯାଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବିଜେଡିରେ ସାମିଲ ହୋଇଛନ୍ତି। କଲ୍ୟାଣ ଦେବୀ ଓ ତାଙ୍କ ସମର୍ଥକଙ୍କୁ ଦଳରେ ସ୍ୱାଗତ କରିବା ସହ ସେମାନଙ୍କ ମିଶ୍ରଣ ଯୋଗୁ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଦଳୀୟ ସଂଗଠନ ଅଧିକ ସୁଦୃଢ଼ ହେବ ବୋଲି ଶ୍ରୀ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି। ରାଜକୁମାରୀ କଲ୍ୟାଣ ଦେବୀଙ୍କ ପିତା ଗୋପିନାଥ ଗଜପତି ଦୁଇଥର ସାଂସଦ ଭାବେ କାର‌୍ୟ୍ୟ କରିସାରିଛନ୍ତି। ପାରଳା ରାଜପରିବାର ସହ ବିଜୁ ପଟ୍ଟନାୟକଙ୍କ ଘନିଷ୍ଠ ସମ୍ପର୍କ ରହି ଆସିଥିବାରୁ ସେ ବିଜେଡିରେ ଯୋଗ ଦେବା ନେଇ ବହୁ ପୂର୍ବରୁ ଚର୍ଚ୍ଚା ହେଉଥିଲା। କଲ୍ୟାଣୀ ଦେବୀ ଅଧିକାଂଶ ସମୟ ଚେନ୍ନାଇରେ ରହୁଥିଲେ। ବିଜେଡି ଆଗାମୀ ସାଧାରଣ ନିର୍ବାଚନରେ ବ୍ରହ୍ମପୁର ଲୋକସଭା ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରିବାର ସମ୍ଭାବନା ଥିବାରୁ ସେଠାରେ କଲ୍ୟାଣୀ ଦେବୀଙ୍କୁ ଦଳୀୟ ଟିକେଟ୍ ମିଳିପାରେ ବୋଲି ଚର୍ଚ୍ଚା ହେଉଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top