Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଜେଡି ନେତାମାନେ ଏଣିକି ବାର୍ଷିକ ସମ୍ପତ୍ତିର ତାଲିକା ଦେବେ : ନବୀନ

ଭୁବନେଶ୍ୱର(ଓଡ଼ିଶା ୱେୟାର):ସରପଂଚଙ୍କଠାରୁ ଆରମ୍ଭ କରି ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ବିଧାୟକ, ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରତି ବର୍ଷ ସେମାନଙ୍କର ସମ୍ପତ୍ତି ତାଲିକା ଦେବେ ଓ ଏହା ଜନସାଧାରଣଙ୍କ ପାଇଁ ସାର୍ବଜନୀନ ହେବ ବୋଲି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିବା ସହ ରାଜ୍ୟ ପରିଷଦର ସଦସ୍ୟ ଏହା ଉପରେ ବିଚାର କରି ପ୍ରସ୍ତାବ ଦେବାକୁ ଆହ୍ୱାନ ଦେଇଛନ୍ତି ।
ବିଜେଡି ରାଜ୍ୟ ପରିଷଦକୁ ସମ୍ବୋଧିତ କରି ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ସାଂସଦମାନେ ବି ସ୍ୱେଚ୍ଛାକୃତ ଭାବେ ସମ୍ପତ୍ତି ତାଲିକା ସାର୍ବଜନୀନ କରି ସାରା ଦେଶ ପାଇଁ ଉଦାହରଣ ସୃଷ୍ଟି କରିବେ । ସେହିପରି ସବୁ ସରକାରୀ କର୍ମଚାରୀ ପ୍ରାରମ୍ଭିକ ସ୍ତରରୁ ଆରମ୍ଭ କରି ମୁଖ୍ୟ ଶାସନ ସଚିବ ପର୍ଯ୍ୟନ୍ତ ସମସ୍ତେ ପ୍ରତିବର୍ଷ ସମ୍ପତ୍ତି ତାଲିକା ଦେବେ ଓ ଏହାକୁ ମଧ୍ୟ ସାଧାରଣ ଲୋକଙ୍କ ପାଇଁ ସାର୍ବଜନୀନ କରାଯିବ । ଲୋକ ପ୍ରତିନିଧି ଓ ସରକାରୀ କର୍ମଚାରୀମାନଙ୍କର ବାର୍ଷିକ ସମ୍ପତ୍ତି ତାଲିକା ପ୍ରତିବର୍ଷ ଲୋକାୟୁକ୍ତଙ୍କ ପାଖରେ ଦାଖଲ କରାଯିବ । ଦୁର୍ନୀତି ରୋକିବା ପାଇଁ ଏଭଳି କଡ଼ା ପଦକ୍ଷେପ ନେବାରେ ଓଡ଼ିଶା ସାରା ଦେଶରେ ପ୍ରଥମ ରାଜ୍ୟ ହେବ ଓ ଅନ୍ୟ ରାଜ୍ୟମାନଙ୍କୁ ଏ ଦିଗରେ ବାଟ ଦେଖାଇବ ବୋଲି ନବୀନ କହିଛନ୍ତି । ସାଧାରଣ ଲୋକଙ୍କ ମୁହଁରେ ହସ ଓ ମନରେ ବିଶ୍ୱାସ ଗୋଟିଏ ରାଜନୀତିକ ଦଳର ସବୁଠାରୁ ବଡ଼ ସମ୍ପତ୍ତି । ତାକୁ ବଜାୟ ରଖିବା ପାଇଁ ସମସ୍ତେ ମିଳିମିଶି କାମ କରିବା ନିମନ୍ତେ ନବୀନ ନିଜ ଦଳୀୟ ନେତାମାନଙ୍କୁ ଆହ୍ୱାନ ଦେଇଛନ୍ତି ।
ସେହିପରି କାର୍ଯ୍ୟ ପରିଷଦର ବୈଠକରେ ଯେଉଁ ସବୁ ପ୍ରସ୍ତାବ ପାରିତ ହୋଇଛି ସେଥିରୁ ଯାହା ସରକାରୀସ୍ତରରେ କାର୍ଯ୍ୟକାରୀ କରିବା ଦରକାର, ସେଗୁଡ଼ିକୁ ସମ୍ପୃକ୍ତ ମନ୍ତ୍ରୀମାନଙ୍କ ପାଖକୁ ପଠାଯିବ । ଦଳର ସଂଗଠନ ସମ୍ପାଦକ ସେଗୁଡ଼ିକୁ ତଦାରଖ କରିବେ । ମହିଳାମାନଙ୍କ ସଶକ୍ତିକରଣ ସମ୍ପର୍କରେ ଆସିଥିବା ସମସ୍ତ ପ୍ରସ୍ତାବକୁ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟକାରୀ କରିବା ନିମନ୍ତେ ଚେଷ୍ଟା କରାଯିବ । ପଛୁଆ ବର୍ଗ ସର୍ଭେ ସମ୍ପର୍କରେ ବହୁତ ଭଲ ପ୍ରସ୍ତାବ ଆସିଛି । ସାମାଜିକ ନ୍ୟାୟ ପ୍ରତିଷ୍ଠା ଦିଗରେ ଏହା ଏକ ମାଇଲଷ୍ଟୋନ୍ ହେବ । ରାଜ୍ୟ ପରିଷଦରେ ଆସିଥିବା ସମସ୍ତ ପ୍ରସ୍ତାବକୁ ନବୀନ ଅନୁମୋଦନ କରିଛନ୍ତି । ଦୁର୍ନୀତି ମୂଳୋତ୍ପାଟନ ଓ ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦେବାକୁ ନବୀନ ଆହ୍ୱାନ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top