Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ବିଜେଡି ପକ୍ଷରୁ ଯଶୋବନ୍ତ ପରିଡ଼ାଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା

ଭୁବନେଶ୍ୱର: ଢେଙ୍କାନାଳ ଯୁବ ବିଜେଡି ସଭାପତି ଯଶୋବନ୍ତ ପରିଡ଼ାଙ୍କ ବିୟୋଗରେ ଆଜି ବିଜେଡି ପକ୍ଷରୁ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଇଡକଲ ଅଡିଟୋରିୟମରେ ଯୁବ ବିଜେଡି ସଭାପତି ଅମ୍ରେଶ ପତ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ବିଜେଡି ନେତାମାନେ ଏକଜୁଟ ହୋଇ ତାଙ୍କର ସ୍ମୃତିଚାରଣ କରିଥିଲେ । ଯଶୋବନ୍ତ ଜଣେ ଲୋକପ୍ରିୟ ଯୁବ ସଂଗଠକ ଥିଲେ ଓ ତାଙ୍କର ମୃତ୍ୟୁ ଦଳ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଆଜି ଶ୍ରଦ୍ଧାଞ୍ଜଳି ସଭାରେ ବହୁ ରାଜ୍ୟସ୍ତରୀୟ ନେତୃବୃନ୍ଦ ମତବ୍ୟକ୍ତ କରିଛନ୍ତି । ଏହି ଶ୍ରଦ୍ଧାଞ୍ଜଳି ସଭାରେ ରାଜ୍ୟ ପରିବହନ ମନ୍ତ୍ରୀ ଡାକ୍ତର ନୃସିଂହ ସାହୁ, ବିଧାୟକ ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସାଚୀ ନାୟକ, ପ୍ରିୟଦର୍ଶୀ ମିଶ୍ର, ବିଜୟ ମହାନ୍ତି, ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନା, ବିଜେଡି ସଂଖ୍ୟାଲଘୁ ସେଲ୍ ସଭାପତି ମୁନ୍ନା ଖାଁ, ରାଜ୍ୟ ସମ୍ପାଦକ ବିଜୟ ନାୟକ, ଛାତ୍ର ବିଜେଡି ସଭାପତି ରାଣାପ୍ରତାପ ପାତ୍ରଙ୍କ ସମେତ ସୁଶାନ୍ତ ଚୌଧୁରୀ, ସଞ୍ଜିତ ମହାପାତ୍ର, ଶିଶିର ପରିଜା, ଚିନ୍ମୟ ସାହୁ, ବାବୁ ସିଂ, ସଞ୍ଜୟ ବାବୁ, ଅମରେଶ ଜେନା, କୁନ ବିହାରୀ ଦାସ, ସୁନୀଲ ପ୍ରଧାନ, ଅଶୋକ ସାହୁ, ସନ୍ତୋଷ ବେଜ୍, ପ୍ରକାଶ ତ୍ରିପାଠୀ, ସମୀର ପ୍ରଧାନ, ଜ୍ୟୋତିରଞ୍ଜନ ମାର୍ଥା, ଏଲିନା ଦାସ, ଡେଜାଲିନ୍ ମହାପାତ୍ର, ସୁନୀଲ ପଣ୍ଡା, ଦେବୀରଞ୍ଜନ ପଟ୍ଟନାୟକ, ବିଜୟ ପାଲଟାସିଂହ, ଅମରେନ୍ଦ୍ର ଦାସ, ଅଜିତ୍ ବେହେରା, କଳ୍ପତରୁ ଓଝା, ସୁରଜ ମହାପାତ୍ର ଓ ଅମରଜିତ୍ ସେନାପତିଙ୍କ ସମେତ ବହୁ କର୍ମକର୍ତ୍ତା ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଅଭିଭାଷଣ ପ୍ରଦାନ କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top