Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଜେପିରେ ଯୋଗ ଦେଲେ ସ୍ମୃତିରେଖା

ଭୁବନେଶ୍ୱର, (ଓଡ଼ିଶା ୱେୟାର): ଗତସପ୍ତାହରେ କଂଗ୍ରେସରୁ ଇସ୍ତଫା ଦେଇଥିବା ଧର୍ମଶାଳାର ବିଧାୟିକା ପ୍ରାର୍ଥୀ ସ୍ମୃତିରେଖା ପହି ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଏହାସହିତ ଓଡ଼ିଶାରେ ରାଜନୀତିକ ପରିବର୍ତ୍ତନ ଅବଶ୍ୟମ୍ଭାବୀ ଓ ଏହାକୁ କେହି ରୋକିପାରିବେ ନାହିଁ ବୋଲି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ଆଜି ଦଳୀୟ ରାଜ୍ୟ କାର‌୍ୟ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ କଂଗ୍ରେସ ବିଧାୟିକା ପ୍ରାର୍ଥୀ ସ୍ମୃତିରେଖା ପହି ନିଜ ସମର୍ଥକମାନଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି। ସେହିପରି ଅନୁଗୁଳ ଛେଣ୍ଡିପଦାର ଅନେକ ବିଜେଡି ଓ କଂଗ୍ରେସ କର୍ମୀମାନେ ବିଧିବଦ୍ଧ ଭାବେ ବିଜେପିରେ ମିଶିଛନ୍ତି।

ଏହି ଅବସରରେ ସମସ୍ତଙ୍କୁ ବିଜେପିରେ ସ୍ୱାଗତ କରି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ବିଜେପି କର୍ମକର୍ତ୍ତାଙ୍କ ଦୃଢ଼ ଇଚ୍ଛାଶକ୍ତି ଓ କଠୋର ପରିଶ୍ରମ ବଳରେ ଓଡ଼ିଶାର ରାଜନୈତିକ ପରିବର୍ତ୍ତନ ଅବଶ୍ୟ ହେବ। ଏହାକୁ କେହି ରୋକିପାରିବେ ନାହିଁ। ଓଡ଼ିଶାରେ ଲୋକମାନଙ୍କୁ ପିଇବା ପାଣି ଓ ମୌଳିକ ସୁବିଧା ମିଳୁନଥିବା ବେଳେ ରାଜ୍ୟରେ ନଗଡ଼ା ଭଳି ସ୍ଥିତି ଦେଖିବାକୁ ମିଳୁଛି। ୨୦୩୬ ସୁଦ୍ଧା ଓଡ଼ିଶାକୁ ଭାଷାଭିତ୍ତିକ ରାଜ୍ୟ ଗଠନ ହେବାର ୧୦୦ ବର୍ଷ ପୂରଣ ହେଉଥିବାବେଳେ ଶିଶୁମାନେ ଅପପୁଷ୍ଟିର ଶୀକାର ହେବା ଅତ୍ୟନ୍ତ ଚିନ୍ତାଜନକ ବିଷୟ। ତେଣୁ ଓଡ଼ିଶାରେ ପରିବର୍ତ୍ତନ ଅବଶ୍ୟାମ୍ଭବୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ସ୍ୱୀକାର କରି ଦଳରେ ମିଶିଥିବା ନୂଆ ନେତାମାନଙ୍କୁ ଧନ୍ୟବାଦ ଦେବା ସହ ସମସ୍ତଙ୍କ ଉପସ୍ଥିତି ବିଜେପିକୁ ତୃଣମୂଳ ସ୍ତରରେ ଆହୁରି ମଜବୁତ୍ କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଓଡ଼ିଶାର ରାଜନୀତିକୁ ପରିବର୍ତ୍ତନ କରିବା ଏବଂ ଓଡ଼ିଶାକୁ ପ୍ରଧାନମନ୍ତ୍ରୀଙ୍କ କଲ୍ୟାଣକାରୀ ଯୋଜନାର ପ୍ରୟୋଗଶାଳା କରିବା ପାଇଁ କାର‌୍ୟ୍ୟକର୍ତ୍ତାଙ୍କୁ ଏକାଠି ହୋଇ କାମ କରିବାକୁ ପଡ଼ିବ। ଓଡ଼ିଶାରେ ନୂଆ ପରିବର୍ତନ ତଥା ନୂଆ ଜାଗରଣ ତିଆରି କରିବା ପାଇଁ ଦଳ ପକ୍ଷରୁ ହେଉଥିବା ପ୍ରଚେଷ୍ଟାରେ କର୍ମକର୍ତ୍ତାମାନେ ନିରନ୍ତର ପରିଶ୍ରମ କରିବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ ଦେଇଛନ୍ତି।

ସୂଚନାଯୋଗ୍ୟ, କଂଗ୍ରେସକୁ ରାଜ୍ୟରେ ବିଜେଡିର ବି-ଟିମ୍ ଓ ବିଜେଡି ଇଙ୍ଗିତରେ କଂଗ୍ରେସ ରାଜ୍ୟରେ କାର‌୍ୟ୍ୟ କରୁଛି ବୋଲି ଦର୍ଶାଇ ଧର୍ମଶାଳାର କଂଗ୍ରେସ ନେତ୍ରୀ ସ୍ମୃତିରେଖା ପହି କଂଗ୍ରେସରୁ ଇସ୍ତଫା ଦେଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top