Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ବିଜେପି ବିଧାୟକ ଦଳ ବୈଠକ: ବିଧାନସଭାରେ ଚାଷ ଓ ଚାଷୀ ସମସ୍ୟାକୁ ବିଜେପି ପ୍ରସଙ୍ଗ କରିବ

ଭୁବନେଶ୍ୱର (ଓଡ଼ିଶା ୱେୟାର): ବିଧାନସଭାରେ ଚାଷ ଓ ଚାଷୀ ସମସ୍ୟାକୁ ବିଜେପି ମୁଖ୍ୟ ପ୍ରସଙ୍ଗ କରିବ ବୋଲି ନିଷ୍ପତ୍ତି ନେଇଛି। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ବିଜେପି ବିଧାୟକ ଦଳ ବୈଠକ ପରେ ଦଳର ବିଧାୟକ ପ୍ରଦୀପ ପୁରୋହିତ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟସରକାରଙ୍କ ଅପରାଗତା ଯୋଗୁଁ ଚାଷୀ ଧାନର ଉଚିତ୍ ମୂଲ୍ୟ ପାଉନାହିଁ। ମଣ୍ଡି ଅବ୍ୟବସ୍ଥା, କଟନି ଛଟନି ଆଳରେ କ୍ୱିଣ୍ଟାଲ ପ୍ରତି ୫/୭ କିଲୋ ଧାନକାଟିବା , ଚାଷୀଙ୍କଠୁ ୧୭୫୦ ଟଙ୍କା ଏମଏସପିରେ ଧାନ ନକିଣିବା ଆଦିକୁ ମୁଖ୍ୟ ପ୍ରସଙ୍ଗ କରାଯିବ। ଏହାବ୍ୟତୀତ ମହିଳା ଅତ୍ୟାଚାର, ପିସି କାରବାର ବ୍ୟାପକ ହେବା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମିଥ୍ୟା ତଥ୍ୟ ରଖିବା, ୩୦୦ କୋଟି ଟଙ୍କାର ଚିଟଫଣ୍ଡ୍ କର୍ପସ ଫଣ୍ଡର ଘୋଟାଲା, ପାନୀୟ ଜଳ ସମସ୍ୟା, ଶ୍ରୀମନ୍ଦିର ପରିଚାଳନା ଅବ୍ୟବସ୍ଥା, ଡିଏମଏଫର ସଠିକ୍ ବିନିଯୋଗ ନହେବା, ବେକାରୀ ସମସ୍ୟା ସମେତ ରାଜ୍ୟବାସୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଦଳ ପ୍ରସଙ୍ଗ ଉଠାଇବ ବୋଲି ସେ କହିଛନ୍ତି। ବିଧାୟକ ଦଳ ନେତା କନକବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିଧାୟକ ବିଭୂତି ଭୂଷଣ ହରିଚନ୍ଦନ, ଦୁର୍ଯ୍ୟୋଧନ ମାଝୀ, ଗୋବିନ୍ଦ ଦାସ, ନିତୀଶ ଗଙ୍ଗଦେବ ଓ ରାଧାରଣୀ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top