Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ବିଜୟ-ଦିଲ୍ଲୀପଙ୍କୁ ନେଇ କ’ଣ କହିଲେ ଓଡ଼ିଶା ବିଜେପି ପ୍ରଭାରୀ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଦୁଇ ବରିଷ୍ଠ ନେତା ତଥା ବିଜେପିର ପୂର୍ବତନ ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ମହାପାତ୍ର ଓ ଦିଲ୍ଲୀପ ରାୟ ପୁଣିଥରେ ବିଜେପିକୁ ଫେରିପାରନ୍ତି ବୋଲି ରାଜନୀତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଯଦିଓ ଉଭୟ ନେତାଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ମିଳିନି ତଥାପି ଓଡ଼ିଶା ବିଜେପି ପ୍ରଭାରୀ ଅରୁଣ ସିଂ ବୟାନରୁ ଏଭଳି ସଙ୍କେତ ମିଳିଛି।
ବିଜେପି ସାଧାରଣ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଶ୍ରୀ ସିଂ ଆଜି ସାମ୍ବାଦିକମାନଙ୍କୁ ବିଜୟ ଓ ଦିଲ୍ଲୀପଙ୍କ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, କେହି ଆମ ଦଳରୁ ଯାଇନାହାନ୍ତି। ସମସ୍ତେ ଆମ ସହ ଅଛନ୍ତି। ତାଙ୍କର ଏହି ପଦେ କଥା ବିଜୟଙ୍କ ବିଜେପିକୁ ଫେରିବା ଚର୍ଚ୍ଚା ଅଧିକ ବଳ ଦେଇଛି । ଶ୍ରୀ ସିଂ ଆହୁରି ମଧ୍ୟ କହିଛନ୍ତି ଯେ, ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ରାଜ୍ୟରୁ ପୁରା ମୂଳପୋଛ ହୋଇଯିବ। ବୈଜୟନ୍ତ ପଣ୍ଡା ବିଜେପିରେ ଯୋଗ ଦେବାପରେ ଓଡ଼ିଶାରେ ଖୁସିର ମାହୋଲ ସୃଷ୍ଟି ହୋଇଛି। ଅନେକ ନେତା ବିଜେପିକୁ ଆସିବାକୁ ଚାହୁଁଛନ୍ତି। ଯେଉଁଥିପାଇଁ ଏବେ ବିଜେଡିରେ କମ୍ପନ ସୃଷ୍ଟି ହେଲାଣି। ଆସନ୍ତା ସପ୍ତାହକ ମଧ୍ୟରେ ବିଜେପି ତା’ର ପ୍ରଥମ ପର‌୍ୟ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଶ୍ରୀ ସିଂ ସୂଚନା ଦେଇଛନ୍ତି।
ଏହାସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁରୀ ଲୋକସଭା ଆସନରୁ ପ୍ରାର୍ଥୀ ହେବା ପ୍ରସଙ୍ଗରେ ଶ୍ରୀ ସିଂ କହିଛନ୍ତି ଯେ ଏ ନିଷ୍ପତ୍ତି ଦଳର ସଂସଦୀୟ ବୋର୍ଡ ଓ ପ୍ରଧାନମନ୍ତ୍ରୀ ନିଜେ ନେବେ। ମୋଦିଙ୍କ ସ୍ନେହ ଓ ଭଲ ପାଇବା ଓଡ଼ିଶା ସହ ଅଛି। ପୁରା ତାକତରେ ବିଜେପି ଲଢ଼ିବ ଓ ସରକାର ଗଢ଼ିବ ବୋଲି ସେ ଦମ୍ଭୋକ୍ତି ବାଢ଼ିଛନ୍ତି।
ସୂଚନାଯୋଗ୍ୟ, ୨୦୧୮ ନଭେମ୍ବର ୩୦ତାରିଖରେ ବିଜୟ ଓ ଦିଲ୍ଲୀପ ବିଜେପିରୁ ଇସ୍ତଫା ଦେଇଥିଲେ ମଧ୍ୟ କୌଣସି ଦଳରେ ସାମିଲ ହୋଇନାହାନ୍ତି। ଉଭୟ ନେତା ବିଜେଡିରେ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା କିନ୍ତୁ ତାହା ଫଳପ୍ରଦ ହୋଇପାରିନି। ବିଜେପିର ଜଣେ ବରିଷ୍ଠ ନେତା ଏହି ଦୁଇ ନେତାଙ୍କ ସହ ଯୋଗସୂତ୍ର ସ୍ଥାପନ କରି ସେମାନଙ୍କୁ ଦଳକୁ ଫେରାଇ ଆଣିବା ପାଇଁ ପ୍ରୟାସ କରୁଥିବା ଜଣାପଡ଼ିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top