Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଧାନସଭା ଅଧିବେଶନ ପାଇଁ ରଣନୀତି କଲା ବିଜେପି

ଭୁବନେଶ୍ୱର(ଓଡ଼ିଶା ୱେୟାର): ଆସନ୍ତାକାଲିଠୁ ଆରମ୍ଭ ହେଉଥିବା ବିଧାନସଭାର ବଜେଟ୍ ଅଧିବେଶନ ପାଇଁ ଆଜି ବିଜେପି ନିଜର ରଣନୀତିକୁ ଚୂଡ଼ାନ୍ତ କରିଛି । ରାଜ୍ୟ ଓ ରାଜ୍ୟବାସୀଙ୍କ ସ୍ୱାର୍ଥ ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବା ନିମନ୍ତେ ବିଜେପି ନିଜର ରଣନୀତି ପ୍ରସ୍ତୁତ କରିଛି ।
ବିଜେପି ବିଧାୟକ ଦଳ ନେତା ତଥା ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିଜେପିର ବିଧାୟକ ଦଳ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ କହିଛନ୍ତି ଯେ, ବିଧାନସଭାରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଜବାବ ମଗାଯିବ । ସୀମାବିବାଦ ବିଶେଷକରି ସୀମାବର୍ତ୍ତୀ କୋଟିଆରେ ଆନ୍ଧ୍ରର ଦଖଲ ଓ ସରକାରଙ୍କ ଅବହେଳା ସମ୍ପର୍କରେ ବିରୋଧୀ ଦଳ ସ୍ୱର ଉଠାଇବ । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ପ୍ରସଙ୍ଗ ମଧ୍ୟ ଗୃହରେ ଉଠିବ । ମାହାଙ୍ଗା ଡବଲ ମର୍ଡର, ପରୀ ହତ୍ୟା ମାମଲା, ଚାଷୀଙ୍କ ସମସ୍ୟା ସମେତ ଅନ୍ୟାନ୍ୟ ସମସ୍ତ ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗକୁ ବିଜେପି ଗୃହରେ ଉଠାଇବ । ବିଶେଷକରି ଧାନର ଅଭାବୀ ବିକ୍ରି, ମଣ୍ଡିରେ ଚାଷୀ ଧାନ ବିକ୍ରି କରିନପାରିବା, ଟୋକେନ୍ ଅବ୍ୟବସ୍ଥା ଆଦି ପ୍ରସଙ୍ଗକୁ ଉତଥାପନ କରାଯିବ ।
ଏସବୁ ବ୍ୟତୀତ ପୁରୀ ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିରରେ ଜାତୀୟ ଏତିହ୍ୟ ପ୍ରାଧିକରଣ(ଏନଏମଏ) ବାଇ-ଲ’ର ପ୍ରକୃତ ତଥ୍ୟ ବିଜେପି ରଖିବା ସହ ସରକାରଙ୍କୁ ଏହି ପ୍ରସଙ୍ଗରେ ଘେରିବାକୁ ନିଷ୍ପତ୍ତି ନେଇଛି ବୋଲି ଶ୍ରୀ ମାଝୀ କହିଛନ୍ତି ।
ଏହି ବିଧାୟକ ଦଳ ବୈଠକରେ ବିଧାୟକ ଦଳର ଉପନେତା ବିଷ୍ଣୁ ସେଠୀଙ୍କ ସମେତ ଅଧିକାଂଶ ଦଳୀୟ ବିଧାୟକ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ, ଆଜି ସନ୍ଧ୍ୟାରେ ଶାସକ ବିଜେଡିର ବିଧାୟକ ଦଳ ବୈଠକ ଓ କଂଗ୍ରେସର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ । ବିଧାୟକ ଦଳ ବୈଠକ ପୂର୍ବରୁ ବରିଷ୍ଠ ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଯେକୌଣସି ବିଷୟ ବିଧାନସଭାରେ ଉଠାଯିବ, ତା’ ଉପରେ ଆଲୋଚନା କରାଯିବ । ତେବେ ବିଧାୟକ ଦଳ ବୈଠକରେ ସମସ୍ତ ରଣନୀତି ଚୂଡ଼ାନ୍ତ ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top