Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିମାନବନ୍ଦରର ଛାତ ଭୁଶୁଡ଼ି ୩ ମୃତ ଓ ଏକାଥିକ ଗୁରୁତର

ଦିଲ୍ଲୀ ବିମାନବନ୍ଦରର ଭୁଶୁଡ଼ିଲା ଛାତ। ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ ଅଚାନକ ଭୁଶୁଡିବାରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଥିବା ସୂଚନା ମିଳିଛି । ଛାତ ଭଗ୍ନାଂବଶେଷ ଗୁଡ଼ିକ ଟର୍ମିନାଲ-୧ରେ ଥିବା କିଛି କାର୍‌ ଉପରେ ପଡ଼ିଥିଲା। ଛାତ ଭଗ୍ନାଂବଶେଷ ତଳେ କିଛି କାର୍ ଭିତରେ ଚାପି ହୋଇଯାଇଥିଲା।ସେହି ସମୟରେ କାର୍‌ରେ ଲୋକ ମଧ୍ୟ ଥିଲେ।

ଭୋର ୫ଟା ୩୦ ମିନିଟରେ ଏହି ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି । ସୂଚନା ପାଇବା ମାତ୍ରେ ଅଗ୍ନିଶମ ବାହିନୀ ଗାଡି ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦିଲ୍ଲୀ ଅଗ୍ନିଶମ ସେବା ଦ୍ୱାରା ମିଳିଥିବା ସୂଚନା ଅନୁଯାୟୀ ସମସ୍ତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ଭର୍ତ୍ତି କରାଯାଇଛି। ତେବେ ଛାତ ଭୁଶୁଡିବାର ପ୍ରକୃତ କାରଣ ଜଣାପଡିନାହିଁ ।

ଗୁରୁବାର ରାତି ତମାମ ଦିଲ୍ଲୀ ଏନସିଆରରେ ଭୀଷଣ ବର୍ଷା ହୋଇଛି । ପ୍ରବଳ ବର୍ଷା ଯୋଗୁଁ ଅନେକ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି ।ଅନ୍ୟପଟେ ଅଘଟଣ ପରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଟ୍ୱିଟ୍ କରି କହିଛନ୍ତି, ମୁଁ ନିଜେ ଏହି ଘଟଣାର ମନିଟରିଂ କରୁଛି। ଭଶୁଡିବା ସାଇଟରେ କାମ ଚାଲିଛି। ଏଥିସହ ଯେଉଁ ବିମାନଯାତ୍ରୀମାନେ ଟର୍ମିନାଲ ୱାନରେ ବିଭିନ୍ନ ସମସ୍ୟାରେ ସମ୍ମୁଖୀନ ହୋଇଛନ୍ତି, ସେମାନଙ୍କୁସହଯୋଗ କରାଯାଇଛି। ଏଥିସହ ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top