ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ ହୋଇଥିବା ବେଳେ ବ୍ରହ୍ମପୁର ଷ୍ଟେସନରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଗଡ଼ିଲା। ଭର୍ଚ୍ଚୁଆଲ୍ ମୋଡ଼ରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ସେଥିମଧ୍ୟରୁ ଓଡ଼ିଶାରେ ୨ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ବ୍ରହ୍ମପୁର ଓ ରାଉରକେଲା ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍ ଶୁଭାରମ୍ଭ ହୋଇଛି। ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱଡ଼ାକୁ ପ୍ରଥମ କରି ଗଡିଛି ବନ୍ଦେ ଭାରତ ଏକ୍ସପ୍ରେସ୍।


