Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭତ୍ତା ପ୍ରସଙ୍ଗକୁ କେନ୍ଦ୍ର କରି ବିଜେପି ସରକାରଙ୍କୁ ଟାର୍ଗେଟ କଲେ ନବୀନ ପଟ୍ଟନାୟକ

ରାଜ୍ୟବାସୀଙ୍କୁ ଦେଇଥିବା ଭତ୍ତା ପ୍ରସଙ୍ଗକୁ କେନ୍ଦ୍ର କରି ଓଡ଼ିଶାର ବିଜେପି ସରକାରଙ୍କୁ ଟାର୍ଗେଟ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ ଭତ୍ତାଧାରୀଙ୍କୁ ୩,୦୦୦ ତଥା ୩,୫୦୦ ଟଙ୍କା ଭତ୍ତା ପ୍ରଦାନ ପାଇଁ ପ୍ରତିଶ୍ରୁତି ଦେଇଥିଲା। ଏଥିରେ ବୟସ୍କ, ଭିନ୍ନକ୍ଷମ, ବିଧବା ତଥା ନିରାଶ୍ରୟମାନେ ସାମିଲ ଥିଲେ। ହେଲେ ବଜେଟରେ କୁହାଯାଉଛି ଯେ କେବଳ ୮୦ ବର୍ଷ ବୟସରୁ ଅଧିକ ବୟସ୍କ ଏବଂ ୮୦% ଅକ୍ଷମତା ଥିବା ଭିନ୍ନକ୍ଷମ ଏହି ବର୍ଦ୍ଧିତ ଭତ୍ତା ପାଇବେ। ୪୫,୦୦୦ କୋଟି ଟଙ୍କାର ଋଣ ନେଇ ମଧ୍ୟ ଘୋଷଣା ପାଳନ କରାଯାଉ ନାହିଁ।

ଏଥିରୁ ପୁରା ସ୍ପଷ୍ଟ ହେଉଛି, ବିଜେପିର ପ୍ରତିଶ୍ରୁତି ପାଣିର ଗାର ପାଲଟିଛି। ଭତ୍ତାଧାରୀ ବୟସ୍କ ତଥା ସମସ୍ତ ଓଡ଼ିଶାବାସୀଙ୍କ ସହ ପ୍ରତାରଣା ହୋଇଛି। ଏପରି ପ୍ରତାରଣା ଲୋକଙ୍କ ଭିତରେ ଜନ ଅସନ୍ତୋଷ ବଢ଼ାଇଛି।ଏନେଇ ୧୬ ଅଗଷ୍ଟରୁ ବିଜେଡି ଜନଜାଗରଣ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ପ୍ରତି ପଞ୍ଚାୟତରେ ଏନେଇ ସଚେତନତା କାର୍ଯ୍ୟକ୍ରମ କରାଯିବ। ବୟୋଜ୍ୟେଷ୍ଠଙ୍କ ଅଧିକାର ପାଇଁ ବିଜେଡି ଆଗକୁ ବାହାରିବ। ପ୍ରତିଟି କର୍ମୀ ତଥା ସଚେତନ ନାଗରିକ ଏଥିରେ ସାମିଲ ହୋଇ ଲୋକଙ୍କୁ ବିଜେପିର ପ୍ରତାରଣା ବିଷୟରେ ଜାଗ୍ରତ କରିବେ।ମୁଁ ଆଶା କରୁଛି, ବିଜେପି ଓଡ଼ିଶାର ଲୋକଙ୍କୁ ଭୁଆଁ ନ ବୁଲେଇ, ପ୍ରଦାନ କରିଥିବା ପ୍ରତିଶ୍ରୁତି ପାଳନ କରିବ। ବିଜେପି ନିଜ ପ୍ରତିଶ୍ରୁତି ପୂରଣ ନ କରିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ନିକଟରେ ଏହାକୁ ପହଞ୍ଚାଇବା ପାଇଁ ବିଜେଡି ସର୍ବଦା ନିଜର ଅଭିଯାନ ଜାରି ରଖିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top