Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭରତପୁର ଥାନା ଘଟଣା: ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରୁ ଫେରିବା ପରେ ଭରତପୁର ଥାନା ବିବାଦ ନେଇ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ କମିଶନଙ୍କୁ ଅନୁରୋଧ କରାଯାଇଛି । ଏହାସହିତ ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଆଇନର ଶାସନ ଉପରେ ସର୍ବାଧିକ ଗୁରୁତ୍ବାରୋପ ଦେଇ ଆସିଛନ୍ତି। ଏହାସହିତ ଭାରତୀୟ ସେନା ପ୍ରତି ମଧ୍ୟ ରାଜ୍ୟ ସରକାରଙ୍କ ସମ୍ମାନ ରହିଛି ।

ମହିଳାଙ୍କ ସମ୍ମାନ, ସୁରକ୍ଷା ଓ ଅଧିକାର ପ୍ରତି ରାଜ୍ୟ ସରକାର ସମ୍ପୂର୍ଣ୍ଣଭାବେ ଯତ୍ନବାନ ଅଛନ୍ତି। ଏହି ଘଟଣାରେ ସଂପୃକ୍ତ ପୋଲିସ ଅଧିକାରୀଙ୍କୁ ନିଲମ୍ବିତ କରାଯିବା ସହିତ ସେମାନଙ୍କ ବିରୁଦ୍ଧରେ କେସ ମଧ୍ୟ କରାଯାଇଛି । ଘଟଣାରେ ସଂପୃକ୍ତ ଯୁବକଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ କରାଯାଇଛି । ଆଇନ ଅନୁଯାୟୀ ଦେଷୀ ସାବ୍ୟସ୍ତ ସମସ୍ତ ବ୍ୟକ୍ତି ବା ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ ପଦକ୍ଷେପ ନେଇଛନ୍ତି।ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ଭି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ଅତିଥି ଭବନଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ସେନା ଅଧିକାରୀ ଓ ତାଙ୍କର ମହିଳା ବନ୍ଧୁ ଆଲୋଚନା କରିଛନ୍ତି । ମହିଳାଙ୍କ ପିତା ଓ ଅନ୍ୟ ବରିଷ୍ଠ ସେବା ନିବୃତ ସେନା ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top