Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ଓଡ଼ିଶା ୱେୟାର):ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଜୋରଦାର ହେଉଥିବାବେଳେ ବିଜେଡି ଆଜି ତା’ର ଟ୍ରମ୍ପ କାର୍ଡ ତଥା ଦଳର ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଚାର ମଇଦାନକୁ ଓହ୍ଲାଇଛି। ପିପିଲିରେ ୬ଟି ସ୍ଥାନରେ ଦଳୀୟ କର୍ମୀ ଓ ସାଧାରଣ ଲୋକଙ୍କୁ ଭର୍ଚୁଆଲ ମୋଡ୍‌ରେ ନବୀନ ସମ୍ବୋଧନ କରିବା ସହ ପିପିଲି ବିକାଶର ଦାୟିତ୍ୱ ସେ ନେବେ ବୋଲି ନିଜର ଚିରାଚରିତ କଥା ଦୋହରାଇଛନ୍ତି। ବିଜେପୁର, ପାଟକୁରାବାସୀଙ୍କୁ ମଧ୍ୟ ସେଠାରେ ଉପନିର୍ବାଚନବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅନୁରୂପ ପ୍ରତିଶ୍ରୁତି ଦେଇଥିଲେ।

ବିଜେଡି ସୁପ୍ରିମୋ ଶ୍ରୀ ପଟ୍ଟନାୟକ ଆଜି ପ୍ରଚାର ମଇଦାନକୁ ଓହ୍ଲାଇ ଦଳୀୟ କର୍ମୀ ଓ ସାଧାରଣ ଲୋକଙ୍କୁ ସମ୍ବୋଧିତ କରି କହିଛନ୍ତି ଯେ,କୋଭିଡ୍ କଟକଣା ଯୋଗୁ ପିପିଲିବାସୀଙ୍କୁ ବ୍ୟକ୍ତିଗତ ଭାବେ ଭେଟିବା ସମ୍ଭବପର ହୋଇନି। ପିପିଲିବାସୀ ତାଙ୍କୁ ବହୁତ ଭଲ ପାଆନ୍ତି, ସେ ଜାଣନ୍ତି। ସେ ପିପିଲି ଯାଇଥିଲେ, ଲୋକମାନେ ବହୁ ସଂଖ୍ୟା ତାଙ୍କୁ ଆଶୀର୍ବାଦ କରିବାକୁ ଆସିଥାନ୍ତେ । ତେଣୁ ଲୋକମାନଙ୍କୁ ଅସୁବିଧାରେ ପକାଇବାକୁ ସେ ଚାହୁଁନାହାନ୍ତି। ସେଥିପାଇଁ ସେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆସିଛନ୍ତି ।ପିପିଲି ଡେଲାଙ୍ଗର ବିକାଶ ଆହୁରି ଆଗକୁ ଆଗେଇବ। ଏହାର ବିକାଶ ଦାୟିତ୍ୱ ସେ ନିଜେ ନେବାକୁ ମଧ୍ୟ ଘୋଷଣା କରିଛନ୍ତି। କୋଭିଡ୍ ସ୍ଥିତି ହଟିବା ପରେ ସେ ନିଶ୍ଚିତ ପିପିଲି ଯାଇ ସେଠାର ଲୋକମାନଙ୍କୁ ଭେଟିବେ ବୋଲି କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top