ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ବଲାଙ୍ଗୀର ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ଘରେ ଆଜି ବଡ଼ ଧରଣର ଚଢାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ କରିଛି ଭିଜିଲାନ୍ସ। ଭୁବନେଶ୍ୱର, ପୁରୀ, କଟକ, ଅନୁଗୁଳ, ବଲାଙ୍ଗୀରରେ ଏକକାଳୀନ ୯ଟି ସ୍ଥାନରେ ଚାଲିଛି ତଢାଉ କରିଥିବା ସୂଚନା।
ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସପି, ୮ଜଣ ଡିଏସପି, ୬ ଜଣ ଇନିସପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।


