Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭିତରକନିକା-ଧାମରା ମଧ୍ୟରେ ବାତ୍ୟା ‘ଦାନା’ କରିବ ଲ୍ୟାଣ୍ଡଫଲ୍

ବାତ୍ୟା ‘ଦାନା’ ପୁଣି ଥରେ ନିଜର ଦିଗ ପରିବର୍ତ୍ତନ କରିଛି । ସମୁଦ୍ର ଗର୍ଭରେ ଧିରେ ଧିରେ ବଳ ଗୋଟାଇ ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ‘ଦାନା’ ଆସନ୍ତାକାଲି ସୁଦ୍ଧା ଏହା ଭୀଷଣ ବାତ୍ୟାରେ ରୂପ ନେବ । ଏହାରି ଭିତରେ ବାତ୍ୟାର ଲ୍ୟାଣ୍ଡଫଲକୁ ନେଇ ଏକ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିଛି । ବାତ୍ୟା ଭଦ୍ରକର ଭିତରକନିକା ଏବଂ ଧାମରା ମଧ୍ୟରେ ସ୍ଥଳ ଭାଗ ଛୁଇଁବ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।ବାତ୍ୟା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆକାଶରେ ଘୋଟିଆସୁଛି କଳା ହାଣ୍ଡିଆ ମେଘ । ଧାମରା , ପାରାଦୀପରେ ବର୍ଷା ଆରମ୍ଭ ହୋଇଛି। ପାରାଦୀପ , ଧାମରା , ରାଜନଗରେ ପ୍ରବଳ ବର୍ଷା । ଧାମରାରେ ବର୍ଷା ସହ ପବନ ଓ ପାରାଦୀପରେ ପରିବେଶ ମେଘାଚ୍ଛନ। କେନ୍ଦ୍ରାପଡା ଓ ରାଜନଗରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି ।

ଆଞ୍ଚଳିକ ପାଣିପାଗ ବିଭାଗ ବିଶେଷଜ୍ଞ ଉମାଶଙ୍କର ଦାଶଙ୍କ ସୂଚନା ମୁତାବକ, କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଦାନା’ ଘଣ୍ଟାକୁ ୧୫ କିଲୋମିଟର ବେଗରେ ସ୍ଥଳ ଭାଗ ଆଡ଼କୁ ଅଗ୍ରସର ହେଉଛି । ଏହା ସମୁଦ୍ର ମଧ୍ୟରେ ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାରେ ପରିଣତ ହେବ । ଆସନ୍ତା ୨୪ ତାରିଖ ରାତ୍ରି ଏବଂ ୨୫ ତାରିଖ ଭୋର ମଧ୍ୟର ସ୍ଥଳ ଭାଗରେ ପହଁଚିବ । ଭିତରକନିକା ଏବଂ ଧାମରା ମଧ୍ୟରେ ଲ୍ୟାଣ୍ଡ ଫଲ୍ କରିବ । ଲ୍ୟାଣ୍ଡିଂ ପ୍ରକ୍ରିୟା ଦୀର୍ଘ ୨ ଘଣ୍ଟା ଧରି ଚାଲୁ ରହିବ । ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୧୦୦ କିମିରୁ ୧୧୦କିମି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top