Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଭୁବନେଶ୍ୱରରୁ କଲମ୍ବୋକୁ ଚାଲିବ ବିମାନ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ସ୍ୱଳ୍ପଦରରେ ମାଲେସିଆର କ୍ୱାଲାଲମ୍ପୁରକୁ ବିମାନ ଉଡ଼ାଣ କରିବା ପରେ ଏୟାର ଏସିଆ ଖୁବଶୀଘ୍ର ଭୁବନେଶ୍ୱରରୁ କଲମ୍ବୋକୁ ବିମାନ ଚଳାଇବାକୁ ଯୋଜନା କରିଛି ।
ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ଏୟାର ଏସିଆ ଏବେ ଭୁବନେଶ୍ୱରରୁ ଶ୍ରୀଲଙ୍କାର କଲମ୍ବୋ୍କୁ ବିମାନ ଚଳାଚଳ କରିବା ପାଇଁ ରାଜ୍ୟ ସରକାରଙ୍କ ଅନୁମତି ଲୋଡ଼ିଛି । ଏୟାର ଏସିଆ ଏବେ ଏକମାତ୍ର ବିମାନ ଉଡ଼ାଣକାରୀ କମ୍ପାନୀ ଭାବେ ଭୁବନେଶ୍ୱରରୁ ବ୍ୟାଙ୍କ୍କକୁ ବିମାନ ଚଳାଚଳ କରୁଛି । କ୍ୱାଲାଲମ୍ପୁରକୁ ଉଡ଼ାଣ ପାଇଁ ମଧ୍ୟ ରାଜ୍ୟ ସରକାର ସବ୍ସିଡି ପ୍ରଦାନ କରୁଛନ୍ତି । ରାଜ୍ୟକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇଁ ଓଡ଼ିଶା ସରକାର ସବ୍ସିଡି ଦେଉଥିବାବେଳେ ଦୁବାଇ ଓ ପୁଣେକୁ ଭୁବନେଶ୍ୱରରୁ ସିଧାସଳଖ ବିମାନ ଚଳାଚଳ ପାଇଁ ବିମାନ କମ୍ପାନୀକୁ ଆକର୍ଷିତ କରିବା ଉପରେ ଏବେ ବିଚାରବିମର୍ଶ ଚାଲିଥିବା ଜଣାପଡ଼ିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top