Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭୁବନେଶ୍ୱରରେ ଯୁବତୀଙ୍କ ହାତ ଉପରେ ଚଢ଼ିଗଲା ମୋ ବସ୍

ଘଟଣାରେ ୩ ଘଣ୍ଟା ପରେ ସ୍ବାଭାବିକ ହେଲା ସ୍ଥିତି । ଲୋକଙ୍କୁ ପୋଲିସ ବୁଝାସୁଝା କରିବା ପରେ ସ୍ଥିତି ସ୍ବାଭାବିକ ହୋଇଛି । ଆହତ ଯୁବତୀ ଜଣକ ସମ୍ବଲପୁରର ଝିଲି ସୋହଲା। ତାଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି।ଆଜି ସକାଳେ ଭୁବନେଶ୍ବର ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ ନିକଟରେ ଯୁବତୀ ଜଣଙ୍କ ସ୍କୁଟିରେ ଯାଉଥିଲେ। ଏହି ସମୟରେ ତାଙ୍କ ପଛରେ ଆସୁଥିବା ବାଇକ୍ ଆରୋହୀଙ୍କୁ ‘ମୋ ବସ୍ ’ ଧକ୍କା ଦେଇଥିଲା। ବାଇକ୍ ଆରୋହୀ ଜଣଙ୍କ ଭାରସାମ୍ୟ ହରାଇ ଯୁବତୀଙ୍କୁ ଧକ୍କା ଦେଇଥିଲା।

ଯୁବତୀ ଜଣଙ୍କ ଛିଟିକି ତଳେ ପଡ଼ିଯାଇଥିଲେ। ପରେ ମୋ ବସ୍ ’ଯୁବତୀଙ୍କୁ ହାତ ଉପରେ ମାଡ଼ି ଯାଇଥିଲା। ହାତ ହରାଇଛନ୍ତି ଯୁବତୀ ।ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିଥିବା ବେଳେ ମୋ ବସଗୁଡ଼ିକ ଅଟକି ରହିଥିଲା । ଦୁର୍ଘଟଣା ପରେ ଗାଡି ଓ ଡ୍ରାଇଭର ଉଭୟ ଥାନାରେ ଅଛନ୍ତି । ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ । କ୍ରୁଟ କର୍ତ୍ତୃପକ୍ଷଙ୍କୁ ଥାନାକୁ ଡାକିଛୁ ଆଲୋଚନା କରିବୁ । ଘଟଣାରେ ଅଧିକ ତଦନ୍ତ ହେବ ବୋଲି ଚନ୍ଦ୍ରଶେଖରପୁର ଥାନା ଆଇଆଇସି କହିଛନ୍ତି

Click to comment

Leave a Reply

Your email address will not be published. Required fields are marked *

Most Popular

To Top