Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭୁବନେଶ୍ୱରରେ ୬ ନୂଆ କୋଭିଡ୍ ସଂକ୍ରମିତ ଚିହ୍ନଟ, ରାଜ୍ୟରେ ୬୮

ଭୁବନେଶ୍ୱର(ଓଡ଼ିଶା ୱେୟାର): କିଛିଦିନର ବ୍ୟବଧାନ ପରେ ଏବେ ପୁଣିଥରେ ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ନିୟମିତ ଭାବେ ବଢ଼ିବାରେ ଲାଗିଛି । ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ଜଣ ନୂଆ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ୬ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି ।
ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ କରାଯାଇଥିବା ଟ୍ୱିଟ୍ ଓ ଭୁବନେଶ୍ୱର ମହାନଗର ନିଗମରୁ ମିଳିଥିବା ସୂଚନା ଅନୁସାରେ, ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୬ଜଣ ନୂଆ କୋଭିଡ୍ ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିରୁ ବିଜେବି ନଗର ଅଂଚଳରେ ଜଣେ ରୋଗୀ କ୍ୱାରେଣ୍ଟାଇନରେ ଥିବାବେଳେ ଅନ୍ୟ ୫ଜଣ ସ୍ଥାନୀୟ ସଂକ୍ରମିତ । ଝାରପଡ଼ା, ବରଗଡ଼ ଓ ଟଙ୍କପାଣି ଅଂଚଳରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨ଜଣ ମଂଚେଶ୍ୱର ଅଂଚଳର ବୋଲି ବିଏମସି ପକ୍ଷରୁ ସୂଚନା ମିଳିଛି ।
ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ୬୮ଟି ନୂଆ କୋଭିଡ୍ ସଂକ୍ରମିତ ମାମଲା ଚିହ୍ନଟ ହୋଇଛି । ଗତ ସୋମବାର ୬୯ଜଣ, ମଙ୍ଗଳବାର ୬୨ଜଣ ନୂଆ ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ଆଉ ୬୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୬୮ଜଣଙ୍କ ମଧ୍ୟରୁ ୨୮ଜଣ ସ୍ଥାନୀୟ ସଂକ୍ରମିତ ଓ ବାକି ୪୦ଜଣ କ୍ୱାରେଣ୍ଟାଇନରେ ଥିଲେ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯ଜଣ, ସମ୍ବଲପୁରରେ ୭ଜଣ କୋଭିଡ୍ ରୋଗୀ ଚିହ୍ନଟ ହୋଇଥିବାବେଳେ ବାକି ୧୯ଟି ଜିଲ୍ଲାରେ ୫୨ଜଣ ଚିହ୍ନଟ ହୋଇଛନ୍ତି । ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୩ଲକ୍ଷ ୩୬ହଜାର ୮୩୫ଜଣ ପଜେଟିଭ୍ ଥିବାବେଳେ ସେମାନଙ୍କ ମଧ୍ୟରୁ ୬୨୫ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ଏପର୍ଯ୍ୟନ୍ତ ମୋଟ ୩୧୯୬୨ଜଣ ପଜେଟିଭ୍ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୩୧୬୨୧ଜଣ ସୁସ୍ଥ ହୋଇଛନ୍ତି । ବାକି ୨୪୮ଜଣଙ୍କ ମୃତ୍ୟୁ ହୋଇଛି ଓ ଅନ୍ୟ ୭୨ଜଣ ଏବେ ସକ୍ରିୟ ସଂକ୍ରମିତ ଅଛନ୍ତି ବୋଲି ବିଏମସି ସୂତ୍ରରୁ ସୂଚନା ମିଳିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top