Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମନ୍ତ୍ରୀ ଅରୁଣ ସାହୁଙ୍କ ବହିଷ୍କାର ଦାବିରେ ଆଜି ଚାଲିପାରିନାହିଁ ଗୃହ

(ଓଡ଼ିଶା ୱେୟାର):ନୟାଗଡ଼ ‘ପରୀ’ ହତ୍ୟା ମାମଲାରେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଓ ବହିଷ୍କାର ଦାବିରେ ବିରୋଧୀ ଦଳ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁ ଆଜି ଦିନତମାମ ଗୃହ କାର୍ଯ୍ୟ ଚାଲିପାରି ନାହିଁ । ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଓ ନାରାବାଜି ଯୋଗୁ ଆଜି ଗୃହରେ କୌଣସି କାର୍ଯ୍ୟ ମଧ୍ୟ ସମ୍ଭବପର ହୋଇପାରିନାହିଁ । ଅପରାହ୍ନରେ କୃଷିମନ୍ତ୍ରୀ ଶ୍ରୀ ସାହୁ ନିଜର ସ୍ପଷ୍ଟୀକରଣ ରଖିବା ସତ୍ତ୍ୱେ ବିରୋଧୀ ସଦସ୍ୟମାନେ ଇସ୍ତଫା ଜିଦରେ ଅଟଳ ରହି ହଟ୍ଟଗୋଳ କରିବାରୁ ବାଚସ୍ପତି ଗୃହକୁ ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି ।
ଆଜି ପୂର୍ବାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବାମାତ୍ରେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟମାନେ ପରୀ ହତ୍ୟା ମାମଲାରେ କୃଷିମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବି କରି ଗୃହରେ ପ୍ରବଳ ହଟ୍ଟଗୋଳ କରିଥିଲେ । ଉପବାଚସ୍ପତି ସାନନ୍ଦ ମାର୍ଣ୍ଡିଙ୍କ ବାରମ୍ବାର ଅନୁରୋଧ ସତ୍ତ୍ୱେ ସଦସ୍ୟମାନେ ଶାନ୍ତ ନପଡ଼ିବାରୁ ଗୃହକୁ ପ୍ରଥମେ ୨୦ମିନିଟ୍ ମୁଲତବୀ ଘୋଷଣା କରିଥିଲେ ।ପରେ ଗୃହରେ ଅଚଳାବସ୍ଥା ଜାରି ରହିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅପରାହ୍ନ ୩ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରିଥିଲେ । ଅପରାହ୍ନରେ ହଟ୍ଟଗୋଳ ଜାରି ରହିବାରୁ ବାଚସ୍ପତି ୧୫ମିନିଟ୍ ଲେଖାଏଁ ଦୁଇଥର ମୁଲତବୀ କରି ପରେ ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଗୃହ ହଟ୍ଟଗୋଳ ମଧ୍ୟରେ ମାତ୍ର ୭ମିନିଟ୍ ଓ ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ସାଢ଼େ ୩ମିନିଟ୍ ଚାଲିଥିଲା ।
ଗୃହରେ ମନ୍ତ୍ରୀ ଶ୍ରୀ ସାହୁ କହିଥିଲେ ଯେ, ପରୀକୁ ନ୍ୟାୟ ମିଳୁ । ପରୀର ହତ୍ୟାକାରୀ ଦଣ୍ଡ ପାଉ । କ୍ରାଇମବ୍ରାଂଚ ତଦନ୍ତରେ ପରୀର ପରିବାରକୁ ନ୍ୟାୟ ମିଳିବ ବୋଲି ସେ ଆଶା କରୁଛନ୍ତି । ପରୀ ହତ୍ୟାରେ ଯିଏବି ଜଡ଼ିତ ଥାନ୍ତୁ ସେ ଦଣ୍ଡ ପାଆନ୍ତୁ ବୋଲି କହିଛନ୍ତି । ଘଟଣାକୁ ରାଜନୀତିକରଣ କରାନଯାଉ । ପରୀ ନ୍ୟାୟ ପାଉ ଓ ସତ୍ୟ ଉନ୍ମୋଚନ ହେଉ ବୋଲି ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି ।
ଉଲ୍ଲେଖଯୋଗ୍ୟ, ପରୀ ହତ୍ୟା ମାମଲାରେ ବିଜେପି ପକ୍ଷରୁ ସିବିଆଇ ତଦନ୍ତ ଦାବି କରାଯାଇଥିବାବେଳେ କଂଗ୍ରେସ ପକ୍ଷରୁ ଏସଆଇଟି ତଦନ୍ତ ଦାବି ହୋଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top