Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମହଙ୍ଗା ହେଲା ଖାଇବା ତେଲ

ମହଙ୍ଗା ହେଲା ଦୈନଦିନ ବ୍ୟବହାର କରୁଥିବା ଖାଇବା ତେଲ । ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ସରକାର ଅଶୋଧିତ ପାମ୍‌ ଏବଂ ରିଫାଇନ୍‌ଡ ସୂର୍ଯ୍ୟମୁଖୀ ତେଲ ଉପରେ ଆମଦାନୀ ଶୁଳ୍କ ବଢ଼ାଇଲେ କେନ୍ଦ୍ର ସରକାର । କେନ୍ଦ୍ର ସରକାର ୧୩ ତାରିଖରେ ପାମୋଲିନ, ସୋୟାବିନ ଏବଂ ସୂର୍ଯ୍ୟମୁଖୀ ତେଲ ଉପରେ ୨୦ ପ୍ରତିଶତ ମୂଳ ଆମଦାନୀ ଶୁଳ୍କ ଲଗାଇବା ସହିତ ତାହାକୁ ୧୪ ତାରିଖରୁ ଲାଗୁ ନେଇ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାଦ୍ବାରା ଅଶୋଧିତ ଖାଇବା ତେଲ ଉପରେ ପ୍ରଭାବୀ ଆମଦାନି ଟିକସ ୫.୫ ପ୍ରତିଶତ ପରିବର୍ତ୍ତେ ୨୭.୫ ପ୍ରତିଶତକୁ ବଢ଼ିଯାଇଛି।

ସେହିଭଳି ରିଫାଇନ୍ ଖାଇବା ତେଲର ପ୍ରଭାବୀ ଆମଦାନୀ ଶୁଳ୍କ ୧୩.୭୫ ପ୍ରତିଶତ ପରିବର୍ତ୍ତେ ୩୫.୭୫ ପ୍ରତିଶତକୁ ବଢ଼ିଯାଇଛି। ଏହାର ସିଧାସଳଖ ପ୍ରଭାବ ସାଧାରଣ ଖାଉଟିଙ୍କ ପକେଟ ଉପରେ ପଡ଼ିଛି।ଖୁୁଚୁରା ବଜାରରେ ବିଭିନ୍ନ ପ୍ରକାରର ଖାଇବା ତେଲ ଦରରେ ୨୦ଟଙ୍କା ବୃଦ୍ଧି ପାଇବାରୁ ଏବେ ସୋରିଷ ତଲେ ୧୬୦ଟଙ୍କା ହୋଇଛି। ସେହିପରି ବିଭିନ୍ନ ପ୍ରକାର ସନ ଫ୍ଲାୱାର ତେଲ ପୂର୍ବରୁ ଲିଟର ପିଛା ୧୦୦ରୁ ୧୧୦ଟଙ୍କାରେ ବିକ୍ରିି ହେଉଥିବା ବେଳେ ଏବେ ବିଭିନ୍ନ ସ୍ଥାନରେ ୧୨୦ରୁ ୧୩୦ ଟଙ୍କା ଦାମରେ ବିକ୍ରି ହେଉଛି।ପୂର୍ବରୁ ରାଜ୍ୟରେ ଆଳୁ,ପିଆଜ ବୃଦ୍ଧି ପାଇଥିବା ବେଳେ ସେଥିରୁ ସାମାନ୍ୟ ଆଶ୍ଵସ୍ତି ପାଇଲା ପରେ ବର୍ତ୍ତମାନ ଖାଇବା ତେଲ ଦର ମହଙ୍ଗା ହୋଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top