Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ମହାନଦୀ ମହାସଂଗ୍ରାମ, ମୁଖ୍ୟମନ୍ତ୍ରୀ କରିବେ ଉଦଘାଟନ

ଭୁବନେଶ୍ୱର : ବିଜେଡିର ମହାନଦୀ ମହାସଂଗ୍ରାମକୁ ଆସନ୍ତାକାଲି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିବେ । ଏହି କାର୍ଯ୍ୟକ୍ରମ ୧୬ରୁ ଆରମ୍ଭ ହୋଇ ୩୧ତାରିଖ ପର୍ଯ୍ୟନ୍ତ ଚାଲିବ । ମହାନଦୀ ସଚେତନତା ଅଭିଯାନରେ ବିଜେଡି୧୫ଟି ଜିଲ୍ଲାର ମହାନଦୀର ଦୁଇ ପାଶ୍ୱର୍ରେ ଜନସଚେତନତା ର୍ୟାଲି କରିବ ।
ବିଜେଡି ଉପସଭାପତି ତଥା ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ, ଝାରସୁଗୁଡ଼ାର ଲଖନପୁର ବ୍ଲକର ସୁଖାଶୋଡ଼ାରେ ଏକ ସାଧାରଣ ସଭାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେବା ସହ ମହାନଦୀ ସଚେତନତା ଅଭିଯାନର ଶୁଭାରମ୍ଭ କରିବେ । ସୁଖାଶୋଡ଼ାର ମହାନଦୀ ଅପରପାଶ୍ୱର୍ରେ ଥିବା ବରଗଡ଼ ଜିଲ୍ଲାର ଆମ୍ବାଭୋନା ବ୍ଲକ୍ର ଚିଖିଲିଠାରେ ବି ଅନ୍ୟ ଏକ ସାଧାରଣ ସଭା ଉଦ୍ବୋଧନ ଦେବେ । ଏହି ଯାତ୍ରା ମହାନଦୀ ଅବବାହିକାର ୧୫ଟି ଜିଲ୍ଲାରେ ବିଜେଡି ପକ୍ଷରୁ ଶତାଧିକ ପଥପ୍ରାନ୍ତ ସଭା, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ବିଭିନ୍ନ ମନ୍ଦିରରେ ଜଳଆଳତୀ ମାଧ୍ୟମରେ ସଚେତନତା ସୃଷ୍ଟି କରାଯିବ ବୋଲି କୁହାଯାଇଛି । ଓଡ଼ିଶାର ସ୍ୱାର୍ଥକୁ ଉପେକ୍ଷା କରି ଛତିଶଗଡ଼ ପୁଣି ଏକ ବ୍ୟାରେଜ୍ ପାଇଁ ଟେଣ୍ଡର ଡକାଇଥିବାବେଳେ କେନ୍ଦ୍ର ସରକାର ମଧ୍ୟ ଓଡ଼ିଶା ପ୍ରତି ଅବହେଳା ପ୍ରଦର୍ଶନ କରୁଛି । ତେଣୁ ମହାନଦୀ ସଚେତନତା ଯାତ୍ରାରେ ସବୁ ଦଳ ଓ ବୁଦ୍ଧିଜୀବୀଙ୍କୁ ସାମିଲ ହେବାକୁ ଦଳ ଆହ୍ୱାନ କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top