Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ମାଟ୍ରିକ ଫଳ ପ୍ରକାଶିତ : ଶିକ୍ଷକ ଉତ୍ତରଦାୟୀ ରହିବେ

ଭୁବନେଶ୍ୱର : 2018 ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥର ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ମୋଟ ୨ ଲକ୍ଷ ୨୨ ହଜାର ୪୩ ଜଣ ଝିଅ ପାସ୍ କରିଥିବା ବେଳେ ପୁଅ ୨ ଲକ୍ଷ ୧୬ ହଜାର ୩୦୫ ଜଣ ପାସ୍‌ କରିଛନ୍ତି। ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ ପାସହାର ୮୮.୧୫ ପ୍ରତିଶତ ଥିବାବେଳେ ମୟୂରଭଞ୍ଜ ଜିଲ୍ଲାରେ ସର୍ବନିମ୍ନ ପାସହାର ୬୫.୭୬ ପ୍ରତିଶତ ରହିଛି। ସେହିପରି ମାଲକାନଗିରି ଜିଲ୍ଲାରେ ସର୍ବନିମ୍ନ ପାସହାର ୫୯.୩୨ ପ୍ରତିଶତ ରହିଛି। A1ଗ୍ରେଡ୍‌ରେ ମୋଟ୍ ୧୭୧୫ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି। A2 ଗ୍ରେଡରେ ୧୫ ହଜାର ୬୮୯ ପରୀକ୍ଷାର୍ଥୀ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ B1ରେ ୩୯ ହଜାର ୨୫୨, B2 ରେ ୬୮ ହଜାର ୯ଜଣ ପରୀକ୍ଷାର୍ଥୀ, C ଗ୍ରେଡ୍ ପାଇଛନ୍ତି ୯୭ ହଜାର ୭୪୬ ପରୀକ୍ଷାର୍ଥୀ ଓ D ଗ୍ରେଡରେ ୧ ଲକ୍ଷ ୨୩ ହଜାର ୭୬୩ ପିଲା ପାସ୍‌ କରିଛନ୍ତି। ଚଳିତବର୍ଷ ୬ଲକ୍ଷ ୮ ହଜାର ୬୫୯ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ମୋଟ ୭୬.୨୩ ପିଲା ପାସ୍ କରିଛନ୍ତି। କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ଅଫିସ୍‌ରେ ଗଣ ଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ମ୍ୟାଟ୍ରିକ ପରୀକ୍ଷାରେ ଯେଉଁ ସ୍କୁଲଗୁଡ଼ିକର ଶତ ପ୍ରତିଶତ ଛାତ୍ରଛାତ୍ରୀ ଫେଲ୍ ହୋଇଛନ୍ତି ସେହି ସ୍କୁଲର ଶିକ୍ଷକମାନେ ଉତ୍ତରଦାୟୀ ରହିବେ ବୋଲି ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି । ପରୀକ୍ଷା ଫଳ କାହିଁକି ଖରାପ ହେଲା, ତାହାର ଅନୁଧ୍ୟାନ କରାଯିବ । ସେହି ସ୍କୁଲର ଶିକ୍ଷକମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ ବୋଲି ଶ୍ରୀ ମହାପାତ୍ର ଚେତାବନୀ ଦେଇଛନ୍ତି । ଅପରପକ୍ଷରେ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଯେଉଁ ସ୍କୁଲଗୁଡ଼ିକରେ ମ୍ୟାଟ୍ରିକ ପରୀକ୍ଷା ଫଳ ଖରାପ ହୋଇଛି ତା’ର ତାଲିକା ପ୍ରସ୍ତୁତ କରିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ଜିଲ୍ଲାର ଶିକ୍ଷା ଅଧିକାରୀଙ୍କୁ ଏନେଇ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ କୁହାଯାଇଥିବା ଜଣାପଡ଼ିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top